୩ରୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ୱର,୩୧ା୧: ଆସନ୍ତା ଫେବୃଆରୀ ୩ରୁ ଭୁବନେଶ୍ୱରରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯିବ। ଭୁବନେଶ୍ୱରର ଜନତା ମଇଦାନରେ ଏହି ସମ୍ମିଳନୀ ଆରମ୍ଭ ହେବ। ଏହି ସମ୍ମିଳନୀ ଓଡ଼ିଆ ଭାଷାର ପ୍ରାଚୀନତା ଏବଂ ନିରନ୍ତରତାର ଏକ ଉତ୍ସବ। ଯାହା ଭାରତର ୬ଟି ଶାସ୍ତ୍ରୀୟ ଭାଷା ମଧ୍ୟରୁ ଅନ୍ୟତମ।

ଓଡ଼ିଆ ଭାଷା, ସାହିତ୍ୟ ଏବଂ ସାଂସ୍କୃତିକ ଐତିହ୍ୟ ସହିତ ଜଡ଼ିତ ବିଭିନ୍ନ ବିଷୟ ଉପରେ ୧୬ଟି ବୌଦ୍ଧିକ ଅଧିବେଶନ ଆୟୋଜନ କରାଯିବ। ଜଗନ୍ନାଥ ଚେତନା ଉପରେ ମଧ୍ୟ ଏକ ଅଧିବେଶନ ଅନୁଷ୍ଠିତ ହେବ। ଓଡ଼ିଆ ଭାଷାର ଭବିଷ୍ୟତ ଦିଗ ଏବଂ ସୁଯୋଗ ଉପରେ ‘ଓଡ଼ିଶା @୨୦୩୬-ଆସନ୍ତାକାଲିର ଆହ୍ବାନ’ ଶୀର୍ଷକ ଉପରେ ଆଲୋଚନା ହେବ। ଏହି ସମ୍ମିଳନୀରେ ଅନେକ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବିଦ୍ୱାନ ପଦ୍ମଶ୍ରୀ ପ୍ରଫେସର ହରମାନ କୁଲ୍‌କେ, ପ୍ରଫେସର ଉଓ୍ବେ ସ୍କୋଡା, ପ୍ରଫେସର ଆର୍ଲୋ ଗ୍ରିଫ୍‌ଥସ୍‌, ପ୍ରଫେସର ଆଣ୍ଟେ ସ୍କିମେଡିଚେନ ଏବଂ ବହୁ ଜାତୀୟସ୍ତରର ବିଦ୍ୱାନ ଅଂଶଗ୍ରହଣ କରିବେ। ଓଡ଼ିଆ ଭାଷା ଏବଂ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ମଧ୍ୟ ସମ୍ବର୍ଦ୍ଧିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri