୩ରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’

ଭୁବନେଶ୍ୱର,୨।୮(ଅସମାପିକା ସାହୁ):ଦୈନିକ ଇଂଲିଶ୍‌ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଆୟୋଜନ କରିବ। ଆସନ୍ତା ୩ ତାରିଖରୁ ଏହା ଆରମ୍ଭ ହେବ। ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ଦୁଇଦିନ ଧରି ଅନୁଷ୍ଠିତ ହେବ। ପ୍ରଥମ ଦିନ ପ୍ରିଲିମ୍‌ ହେବାକୁ ଥିବାବେଳେ ଦ୍ୱିତୀୟ ଦିନ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହେବ।
କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବୃଦ୍ଧି କରିବା ସହିତ ରାଜ୍ୟରେ କ୍ୱିଜିଙ୍ଗକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ ୨୦୧୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତା ତା’ର ଲକ୍ଷ୍ୟ ହାସଲ କରିପାରିଛି। ୨୦୧୬ ପ୍ରଥମ ସଂସ୍କରଣରେ ମାତ୍ର ୧୮ଟି ଶିକ୍ଷାନୁଷ୍ଠାନ ଭାଗ ନେଇଥିବାବେଳେ ଏବେ ତାହା ୮୦ ଉପରେ ପହଞ୍ଚତ୍ଛି। ଏହି ଉଚ୍ଚମାନର କ୍ୱିଜିଙ୍ଗ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ବଢ଼ିଥିବାବେଳେ ପ୍ରତିବର୍ଷ ଅଂଶଗ୍ରହଣ କରିବା ପାଇଁ ଉତ୍ସାହର ସହିତ ଅପେକ୍ଷା କରିଥାନ୍ତି। ଚଳିତବର୍ଷ ସାରା ରାଜ୍ୟରୁ ମୋଟ ୮୨ଟି ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଛନ୍ତି। ଜୁନିୟର ଗ୍ରୁପରେ ୪୨ଟି ଟିମ୍‌ ଥିବାବେଳେ ସିନିୟର ଗ୍ରୁପରେ ୪୦ଟି ଟିମ୍‌ ରହିଛନ୍ତି। ଜୁନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, ରାଉରକେଲା, ବୁର୍ଲା, ବାଲେଶ୍ବର, ଭଦ୍ରକ ଓ ଢେଙ୍କାନାଳର ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଥିବାବେଳେ ସିନିୟର ଗ୍ରୁପରେ ଭୁବନେଶ୍ୱର, କଟକ, ପୁରୀ, କୋରାପୁଟ, ବାଲେଶ୍ବର, ବ୍ରହ୍ମପୁର, ରାଉରକେଲା ଏବଂ ବୁର୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଛାତ୍ରୀଛାତ୍ର ଭାଗ ନେଇଛନ୍ତି। ଏଥର ବି ‘ମେଟଲ ମିଟ୍‌’ରେ ଛାତ୍ରୀଛାତ୍ରମାନେ କୁଇଜ୍‌ ମାଷ୍ଟର ଅଜୟ ପୁନିଆଙ୍କ ଉଚ୍ଚସ୍ତରୀୟ ପ୍ରଶ୍ନବାଣର ସମ୍ମୁଖୀନ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

ଧୂଳିରେ ରୁନ୍ଧି ହେଉଛି ସହର

ସହରୀ ସଭ୍ୟତାର ଅଭିବୃଦ୍ଧି ସହ ତାଳ ଦେଇ ବଢ଼ୁଛି ବାୟୁ ପ୍ରଦୂଷଣ। ବହୁ ସଂଖ୍ୟାରେ ଦୁଇଚକିଆ ଓ ଚାରିଚକିଆ ଯାନ ଚଳାଚଳ ଏହାର ପ୍ରମୁଖ କାରଣ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri