Posted inଜାତୀୟ

ଟଳିନି ବିପଦ: ୟୁପି ଓ ଅନ୍ୟ ରାଜ୍ୟରେ ଲୁଚି ରହିଥାଇ ପାରନ୍ତି ତିନିରୁ ଚାରି ଆତଙ୍କବାଦୀ

ନୂଆଦିଲ୍ଲୀ,୧୭ ।୯: ଦେଶରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନାରେ ଫେରାର ଥିବା ଆତଙ୍କବାଦୀଙ୍କୁ ନେଇ ଏବେ ଚେତାବନୀ ଦିଆଯାଇଛି । ଏମାନେ ଉତ୍ତର ପ୍ରଦେଶ ବା ଅନ୍ୟ ରାଜ୍ୟରେ ଲୁଛିରହି ଆକ୍ରମଣ ଯୋଜନା କରୁଥାଇପାରନ୍ତି ବୋଲି ଦିଲ୍ଲୀ ପୋଲିସ ଅନୁମାନ କରିଛି । ଗିରଫ ହୋଇଥିବା ସନ୍ଦିଗ୍ଧ ଓସାମାଙ୍କ ଚାଚା ହୁମୈଦ ଉର ରହମାନ ନିଜର କେତେଜଣ ସାଥିଙ୍କ ସହ ଫେରାର ହୋଇଯାଇଛନ୍ତି । ତେଣୁ ଅନୁମାନ କରାଯାଉଛି କି ୟୁପି ଓ ଅନ୍ୟ ରାଜ୍ୟରେ ୩-୪ ଆତଙ୍କବାଦୀ ଲୁଚିରହିଥାଇ ପାରନ୍ତି । ଅନ୍ୟପଟେ ଦିଲ୍ଲୀ ପୋଲିସ ହୁମୈଦଙ୍କ ବିରୋଧରେ ଏଲ୍‌ଓସି ଜାରି କରିଛି । ଏହାସହ ତାଙ୍କ ବିରୋଧରେ ରେଡ କରିଡର ନୋଟିସ ଜାରି କରିବାକୁ ସିବିଆଇକୁ ଗୁରୁବାର ପତ୍ର ଲେଖାଯାଇଛି । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ର ଜଣେ ବରିଷ୍ଠ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଓସାମ ଓରଫ ସମିଙ୍କୁ ପଚରାଉଚରା ସମୟରେ ଜଣାପଡିଥିଲା କି ବିସ୍ଫୋରକ ଓ ମାରଣାସ୍ତ୍ର ତାଙ୍କ ଚାଚା ହୁମୈଦଙ୍କ ନିକଟରେ ରହିଛି । ଏହାପରେ ପୋଲିସ ଏସବୁ ସାମଗ୍ରୀ ଗଙ୍ଗୋତ୍ରି ନଗର, ନୈନି, ପ୍ରୟାଗରାଜ, ଉତ୍ତର ପ୍ରେଦେଶରୁ ଜବତ କରିଥିଲା । ସ୍ପେଶାଲ ସେଲ୍‌ର ଅଧିକାରୀ କହିଛନ୍ତି ହୁମୈଦ ତା’ର କତେଜଣ ସାଥିଙ୍କ ସହ ଏବେ ଫେରାର ହୋଇଯାଇଛି । ତେଣୁ ଦେଶରେ ଆତଙ୍କବାଦୀ ଆକ୍ରମଣକୁ ଏଡାଇ ଦିଆଯାଇ ନ ପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri