ସାକ୍ଷୀଗୋପାଳ, କାଳୁପଡ଼ା ଘାଟରେ ଅଟକିବ ୩ ଟ୍ରେନ୍‌

ପୁରୀ ଅଫିସ,୨୫ା୫: ପୁରୀ ଚାରିଧାମ ମଧ୍ୟରେ ଅନ୍ୟତମ ପ୍ରମୁଖ ଧାମ। ପ୍ରତ୍ୟେକ ଦିନ ଲକ୍ଷାଧିକ ଭକ୍ତ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଖପାଖ ଅଞ୍ଚଳରେ ଥିବା ଦର୍ଶନୀୟ ସ୍ଥାନ ଭ୍ରମଣ କରିଥାନ୍ତି। ପୁରୀ ଜିଲାର ସାକ୍ଷୀଗୋପାଳ ଠାକୁରଙ୍କ ଦର୍ଶନ କରିବା ପାଇଁ ଭକ୍ତମାନେ ମଧ୍ୟ ଆସିଥାନ୍ତି। ମାାତ୍ର ଅନେକ ଟ୍ରେନ୍‌ ସାକ୍ଷୀଗୋପାଳ ଷ୍ଟେଶନରେ ରହୁ ନ ଥିବାରୁ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ଏହାକୁ ଦୃଷ୍ଟିରେ ରଖି ଭାଜପା ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଗତ ଜାନୁଆରୀ ୧୦ ଓ ମାର୍ଚ୍ଚ ୩୧ରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଏ ନେଇ ଦାବି ଜଣାଇଥିଲେ। ଏହି ଦାବିକୁ ରେଳମନ୍ତ୍ରୀ ଗ୍ରହଣ କରିଛନ୍ତି। ଏଣିକି ସାକ୍ଷୀଗୋପାଳ ଷ୍ଟେଶନରେ ଗାଡ଼ି ସଂଖ୍ୟା ୧୨୮୨୧/୨୨ ପୁରୀ-ଶାଲିମାର ଧଉଳି ଏକ୍ସପ୍ରେସ୍‌ ଅଟକିବ। ସେହିପରି ଗାଡ଼ି ସଂଖ୍ୟା-୧୨୮୪୩/୪୪ ପୁରୀ-ଅହମ୍ମଦାବାଦ ଏକ୍ସପ୍ରେସ ମଧ୍ୟ ରହଣି କରିବ। ଏହାଦ୍ୱାରା ସତ୍ୟବାଦୀ ଅଞ୍ଚଳବାସୀ ଏବଂ ଅନ୍ୟ ଯାତ୍ରୀ ଉପକୃତ ହେବେ। ସେହିପରି କାଳୁପଡାଘାଟଠାରେ ଗାଡ଼ି ସଂଖ୍ୟା- ୧୮୧୧୭/୧୮ ରାଉରକେଲା-ଗୁଣପୁର ରାଜ୍ୟରାଣୀ ଏକ୍ସପ୍ରେସ୍‌ ରହଣି କରିବ। ଏହାଦ୍ୱାରା ଚିଲିକା ଅଞ୍ଚଳବାସୀଙ୍କ ଗମନାଗମନ ସୁବିଧାଜନକ ହେବ ବୋଲି ପାତ୍ର ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ ଏହି ଦାବି ଗ୍ରହଣ କରିଥିବାରୁ ପାତ୍ର ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri