ଗଢ଼ାହେବ ୩ ୟୁନିଟ୍‌ ଷ୍ଟ୍ରାଇକିଂ ଫାୟାର ଫୋର୍ସ

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ସମୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱାରୋପ କରିଛନ୍ତି। ବିଭିନ୍ନ ବିପର୍ଯ୍ୟୟ ବିଶେଷକରି ଅଗ୍ନି ଦୁର୍ଘଟଣା ସମୟରେ ଲୋକଙ୍କ ଉଦ୍ଧାର କାର୍ଯ୍ୟ ଯେପରି ତ୍ୱରାନ୍ବିତ କରାଯାଇପାରିବ,ତାହାକୁ ଦୃଷ୍ଟିରେ ରଖି ୧୪୪ ସଦସ୍ୟବିଶିଷ୍ଟ ଏକ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଗଠନ କରାଯିବ। ଏ ସମ୍ପର୍କରେ ଆଗତ ପ୍ରସ୍ତାବକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ମିଳିଛ।
ନିଷ୍ପତ୍ତି ଅନୁଯାୟୀ ରାଜ୍ୟର କଟକ, ସମ୍ବଲପୁର ଓ ବ୍ରହ୍ମପୁରରେ ଥିବା ୩ଟି ଜୋନ୍‌ରେ ଏହି ଷ୍ଟ୍ରାଇକିଂ ଫାୟାର ଫୋର୍ସର ୩ଟି ରେଞ୍ଜ୍‌ ହେଡ୍‌କ୍ୱାର୍ଟର୍ସ ରହିବ। ପ୍ରତ୍ୟେକ ରେଞ୍ଜ ହେଡ୍‌କ୍ୱାର୍ଟର୍ସ ପାଇଁ ୪୮ଟି ପଦବୀ ସୃଷ୍ଟି କରାଯିବ। ଏହିପରି ମୋଟ ୧୪୪ ପଦବୀ ସୃଷ୍ଟି ହେବ। ଏଥିରେ ଆସିଷ୍ଟାଣ୍ଟ ଫାୟାର ଅଫିସର, ଷ୍ଟେଶନ ଅଫିସର, ଆସିଷ୍ଟାଣ୍ଟ ଷ୍ଟେଶନ ଅଫିସର, ହାବିଲଦାର ମେଜର, ଡ୍ରାଇଭର ହାବିଲଦାର, ହାବିଲଦାର ମେକାନିକ୍‌, ଲିଡିଂ ଫାୟାରମ୍ୟାନ, ଫାୟାରମ୍ୟାନ ଡ୍ରାଇଭର ଓ ଫାୟାରମ୍ୟାନ ଆଦି ପଦବୀ ରହିବ। ସମସ୍ତ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ମନୁଷ୍ୟକୃତ ବିପର୍ଯ୍ୟୟ ବା ଦୁର୍ଘଟଣା ସମୟରେ ଓଡ଼ିଶା ଅଗ୍ନିଶମ ସେବା ଫାଷ୍ଟ ରେସ୍‌ପଣ୍ଡର ଭାବେ କାର୍ଯ୍ୟକରି ଜନସାଧାରଣଙ୍କୁ ଠିକ୍‌ ସମୟରେ ସେବା ଯୋଗାଇ ଦେଉଛି। ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ମଧ୍ୟ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଏପରି କି ରାଜ୍ୟ ବାହାରେ ମଧ୍ୟ ବିଭିନ୍ନ ବିପର୍ଯ୍ୟୟ ସମୟରେ ଅଗ୍ନିଶମ ବାହିନୀ ପକ୍ଷରୁ ଉଲ୍ଲେଖନୀୟ ସେବା ଯୋଗାଇ ଦିଆଯାଉଛି। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀକୁ ତୁରନ୍ତ କୌଣସି ବିପର୍ଯ୍ୟୟ ପ୍ରଶମନ କାର୍ଯ୍ୟରେ ନିୟୋଜିତ କରିବା ପାଇଁ ଆବଶ୍ୟକ ଆଧୁନିକ ଦକ୍ଷତା ଥିବା ଏକ ସ୍ବତନ୍ତ୍ର ଫୋର୍ସର ଆବଶ୍ୟକତା ରହିଛି ବୋଲି ଉପସ୍ଥାପନାରେ କୁହାଯାଇଥିଲା। ଏହି ବାହିନୀକୁ ସମସ୍ତ ପ୍ରକାର ଆଧୁନିକ ଯନ୍ତ୍ର ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେଇ ଏକ ଦକ୍ଷ କୌଶଳସମ୍ପନ୍ନ ଷ୍ଟ୍ରାଇକିଂ ଫାୟାର ଫୋର୍ସ ଭାବେ ବିକଶିତ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ। ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ ପ୍ରସ୍ତାବ ଉପସ୍ଥାପନା କରିଥିଲେ।
ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜୀବ ଚୋପ୍ରା ଓ ଅତିରିକ୍ତ ଡିଜି ସୌମ୍ୟା ମିଶ୍ର ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?