Posted inଜାତୀୟ

ହଠାତ୍‌ ମାଡ଼ି ଆସିଲା ପାଣି, ୩ ୟୁପିଏସ୍‌ସି ଆଶାୟୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୮।୦୭: ରାଜଧାନୀ ଦିଲ୍ଲୀର ଏକ କୋଚିଂ ସେଣ୍ଟର ଭିତରକୁ ହଠାତ୍‌ ନାଳ ପାଣି ମାଡ଼ି ଆସିବାରୁ ଏଥିରେ ୩ ଜଣ ୟୁପିଏସ୍‌ସି ଆଶାୟୀଙ୍କ ମୃତ୍ୟୁ ହୋଇଛି । ଦୀର୍ଘ ୪ ଘଣ୍ଟା ଧରି ପାଣିରେ ଫସି ରହିବା ପରେ ସେମାନଙ୍କର ମୃତ୍ୟୁ ହୋଇଥିଲା । ମୃତକଙ୍କ ମଧ୍ୟରେ ୨ ଜଣ ଝିଅ ଏବଂ ଜଣେ ପୁଅ ରହିଛନ୍ତି । ସେମାନେ ହେଲେ ତେଲେଙ୍ଗାନାର ତାନିଆ ସୋନି (୨୫), ଉତ୍ତରପ୍ରଦେଶର ଶ୍ରେୟା ଯାଦବ (୨୫) ଏବଂ କେରଳର ନବୀନ ଡେଲଭିନ୍‌ (୨୮)।

ମିଳିଥିବା ସୂଚନା ଅନୁସାରେ ଶନିବାର ସା ସମୟରେ ରାଉସ୍‌ କୋଚିଂ ସେଣ୍ଟରର ତଳ ମହଲାରେ ହଠାତ୍‌ ପାଣି ପଶି ଯାଇଥିଲା । ତଳ ମହଲା ଲାଇବ୍ରେରୀ ଥିବାରୁ ଏଠାରେ ୩୦ରୁ ୩୫ ଜଣ ଛାତ୍ରୀଛାତ୍ର ପଢ଼ୁଥିଲେ । ଏହି ସମୟରେ ନିକଟରେ ଯାଇଥିବା ଡ୍ରେନ୍‌ର ପାଣି ହଠତ୍‌ ପ୍ରବଳ ବେଗରେ ମାଡ଼ିଆସିଥିଲା । ସଙ୍ଗେ ସଙ୍ଗେ ପାଣି ବେଞ୍ଚ ଉପର ଯାଏଁ ଚାଲି ଆସିବାରୁ ଛାତ୍ରୀଛାତ୍ରମାନେ ବେଞ୍ଚ ଉପରକୁ ଚଢ଼ି ଯାଇଥିଲେ । ଧିରେ ଧିରେ ପାଣି ବଢ଼ିଥିଲା । ଅଗ୍ନିଶମ ବିଭାଗ ଖବର ପାଇ ସେମାନଙ୍କୁ ଦଉଡ଼ି ସାହାଯ୍ୟରେ ଉଦ୍ଧାର କରିଥିଲା । ହେଲେ ୪ ଘଣ୍ଟା ଫସି ରହିବା ପରେ ୨ ଜଣ ଝିଅ ଏବଂ ଜଣେ ପୁଅଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ତେବେ ଏହି ଘଟଣାରେ ଏକ ମାମଲା ରୁଜୁ ହୋଇଥିବା ବେଳେ କୋଚିଂ ସେଣ୍ଟରର ମାଲିକ ଏବଂ କୋଅର୍ଡିନେଟରଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?