ଦେଶରେ କ୍ଲିନିକାଲ ଟ୍ରାଏଲ୍‌ ପର୍ଯ୍ୟାୟରେ ୩ କୋଭିଡ୍‌-୧୯ ପ୍ରତିଷେଧକ ଟୀକା

ନୂଆଦିଲ୍ଲୀ, ୧୫।୯: ଭାରତରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ପ୍ରାଣଘାତୀ ଭାଇରସ୍‌ ଦ୍ୱାରା ସର୍ବାଧିକ ପ୍ରଭାବିତ ଦେଶ ତାଲିକାରେ ଆମେରିକା ପଛକୁ ଭାରତ ୨ୟ ସ୍ଥାନରେ ରହିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଇତିମଧ୍ୟରେ ୫୦ ଲକ୍ଷ ନିକଟତର ହୋଇଥିବାବେଳେ ୮୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ସାରିଲେଣି। ତେବେ ଏହାରି ମଧ୍ୟରେ ଏକ ଖୁସି ଖବର ଆସି ପହଞ୍ଚିଛି। ଭାରତକୁ ଖୁବ୍‌ ଶୀଘ୍ର କରୋନା ଟୀକା ମିଳିପାରିବ। ଦେଶରେ ସମ୍ପ୍ରତି ୩ଟି କୋଭିଡ୍‌-୧୯ ପ୍ରତିଷେଧକ ଟୀକା କ୍ଲିନିକାଲ ଟ୍ରାଏଲ୍‌ ପର୍ଯ୍ୟାୟରେ ରହିଛି।
ସମ୍ପର୍କରେ ସୂଚନା ଦେଇ ମଙ୍ଗଳବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ପ୍ରଦାନ କରି ଇଣ୍ଡିଆନ କାଉନସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ଡିଜି ବଳରାମ ଭାର୍ଗବ କହିଛନ୍ତି, କରୋନା ଭାଇରସ୍‌ (କୋଭିଡ୍‌-୧୯) ପ୍ରତିଷେଧକ ୩ଟି ଟୀକା ଭାରତରେ କ୍ଲିନିକାଲ ଟ୍ରାଏଲ୍‌ ପର୍ଯ୍ୟାୟରେ ରହିଛି। ସେମାନଙ୍କ ମଧ୍ୟରୁ କ୍ୟାଡିଲା ଏବଂ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ଟୀକା ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ଶେଷ କରି ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ପାଇଁ ପ୍ରସ୍ତୁତ ହେଉଛି। ସେହିଭଳି ସିରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ) ଦ୍ୱାରା ପ୍ରସ୍ତୁତ ଟୀକା ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ କରି କ୍ଲିୟରାନ୍ସ ପରେ ୩ୟ ପର୍ଯ୍ୟାୟ ପରୀକ୍ଷଣ ଆରମ୍ଭ କରିବା ଉପରେ ରହିଛି। ପୁନେଭିତ୍ତିକ ଏସ୍‌ଆଇଆଇ ଦେଶର ୧୪ଟି ସ୍ଥାନରେ ୧୫୦୦ ସ୍ବେଚ୍ଛାସେବୀଙ୍କ ଉପରେ ୩ୟ ପର୍ଯ୍ୟାୟ ପରୀକ୍ଷା କରିବ ବୋଲି ଭାର୍ଗବ ଏହି ଅବସରରେ ସୂଚନା ଦେଇଛନ୍ତି। ତେବେ କରୋନା ଭାଇରସ୍‌ ଟୀକା ନିର୍ଦ୍ଦିଷ୍ଟ ଭାବେ କେବେ ସର୍ବସାଧାରଣଙ୍କ ପାଇଁ ଉପଲବ୍ଧ ହୋଇପାରିବ ସେ ସମ୍ବନ୍ଧରେ ଭାର୍ଗବ କିଛି ସୂଚନା ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri