ଚାଷଜମି, ଭିଟାମାଟି ଛାଡ଼ିବାକୁ ୩ ଗ୍ରାମବାସୀ ନାରାଜ

ଆର.ଉଦୟଗିରି,୧୮ା୧୦(ଡି.ଏନ.ଏ.): ୨୦୧୮ରେ ହୋଇଥିବା ତିତ୍‌ଲି ବାତ୍ୟାରେ ଆର.ଉଦୟଗିରି ବ୍ଲକ ଅନଗାଁ ପଞ୍ଚାୟତର କିମ୍ବସିଂ, ବଡିହର ଓ ଦଳେଇସାହି ଗାଁର କ୍ଷତିଗ୍ରସ୍ତ ହୋଇଥିଲା। ୩ ଖଣ୍ଡ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରୁଥିବା ବେଳେ ତିତ୍‌ଲି ବାତ୍ୟାରେ ଗାଁଗୁଡିକ ସମ୍ପୂର୍ଣ୍ଣ ନଷ୍ଟ ହେବା ସହ ଭୂସ୍ଖଳନ ଯୋଗୁ ପାହାଡରୁ ବଡ ପଥର ଖସି ରାସ୍ତା ନିଶ୍ଚିହ୍ନ ହୋଇଯାଇଥିଲା। ପ୍ରଶାସନ ପକ୍ଷରୁ ସମସ୍ତ ପରିବାରକୁ ଭୂୟାଁପଡା ଠାରେ ଘର ନିର୍ମାଣ କରି ରହିବା ପାଇଁ ଜାଗା ସହ ଘର ପାଇଁ ଅର୍ଥ ଦିଆଯାଇଥିଲେ ମଧ୍ୟ ଗ୍ରାମବାସୀ ଚାଷ ଜମି ଓ ଭିଟାମାଟି ଛାଡିବାକୁ ରାଜି ନୁହନ୍ତି। ଗତ ରବିବାର ସ୍ଥାନୀୟ ବିଡିଓ ଲରିମନ ଖର୍ସେଲ ଉକ୍ତ ଗାଁଗୁଡିକ ଗସ୍ତ କରି ଲୋକଙ୍କ ସମସ୍ୟା ବୁଝିଛନ୍ତି। ବିଡିଓଙ୍କ ଗାଡି ବ୍ଲକ ଠାରୁ ୩୫ କି.ମି. ଯିବା ପରେ ଅଗାଁ ପଞ୍ଚାୟତର ଭୂୟାଁପଡା ଗାଁରେ ପହଞ୍ଚିଥିଲା। ସେଠାରୁ ଗାଡି ରଖି ବିଡିଓ ଓ ବ୍ଲକର ଅନ୍ୟ କର୍ମଚାରୀ ଏପିଓ ଅକ୍ଷୟ ବିଷୋୟୀରତ୍ନ, ସହକାରୀ ନିର୍ବାହୀ ଯନ୍ତ୍ରୀ ନୀଳାଞ୍ଚଳ ମହାପାତ୍ର ଓ ପ୍ରତିନିଧିଙ୍କ ସହ ୧୦ କି.ମି. ପାହଡ ଚଢି କ୍ଷତିଗ୍ରସ୍ତ ଗାଁ ଗୁଡିକରେ ପହଞ୍ଚିଥିଲେ। ବିଡିଓ ପ୍ରତି ଘରକୁ ଯାଇ ଲୋକମାନଙ୍କୁ ବୁଝାଶୁୁଝା କରଥିଲେ। ହେଲେ ଲୋକେ ପାହାଡ କାଟି ଗାଁକୁ ରାସ୍ତା ନିର୍ମାଣ କରିବାକୁ ଦାବି କରିଥିଲେ। କ୍ଷତିଗ୍ରସ୍ତ ଲୋକେ ସରକାରୀ ଯୋଜନା ଠିକ୍‌ ଭାବେ ପାଉଛନ୍ତି କି ନାହିଁ ପଚାରି ବୁଝିବାରୁ ପ୍ରତ୍ୟେକ ପରିବାର ୧ ଲକ୍ଷ ୧୯ ହଜାର ଟଙ୍କା ପାଇଛନ୍ତି ଓ ନିଜ ଇଚ୍ଛାରେ ଏହି ଜାଗା ଛାଡି ଯାଉନୁ ବୋଲି କହିଥିଲେ। ସରକାରଙ୍କ ସମସ୍ତ ସୁବିଧା ସୁଯୋଗ ପାଇଥିବା ସେମାନେ ବିଡିଓଙ୍କୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri