ନୂଆଁ ଖାଇଲେ ୩ ଗ୍ରାମବାସୀ

କେସିଙ୍ଗା,୧୫।୯(ତୁମେଶ୍ୱର ସାହୁ): ଆଉ କିଛି ଦିନ ପରେ ପଶ୍ଚିମ ଓଡ଼ିଶାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଳନ କରାଯିବ। ଏନେଇ ଗାଁଠୁ ସହର ସବୁଠି ଚଳଚଞ୍ଚଳ। ହେଲେ ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ପଥର୍ଲା, ବହାଦୁରପଦର ସମେତ ପଲକାପଡ଼ା ବାସୀ ନୂଆଁଖାଇ ପୂର୍ବରୁ ଶୁକ୍ରବାର ନବାନ୍ନ ଭକ୍ଷଣ କରି ହସଖୁସିରେ ନୂଆଁଖାଇ ପାଳନ କରିଛନ୍ତି।
ଗଙ୍ଗବଂଶୀୟ ରାଜରାଜୁଡ଼ା ସମୟରୁ ପଥର୍ଲା, ବହାଦୁରପଦର ସମେତ ପଲକାପଡ଼ା ଗ୍ରାମବାସୀ ପ୍ରତିବର୍ଷ ଭାଦ୍ରବ ସପ୍ତପୁରୀ ଅମାବାସ୍ୟା ପ୍ରତିପଦରେ ପଥର୍ଲା ଗୌନ୍ତିଆଙ୍କ ଆଦେଶରେ ପ୍ରଥମେ ଅଞ୍ଚଳରେ ନୂଆଁଖାଇ ପର୍ବ ପାଳନ କରିଆସୁଛନ୍ତି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀଙ୍କଠାରେ ନବାନ୍ନ ଭୋଗ ଲାଗି କରାଯାଇଥାଏ।

ପରେ ଗ୍ରାମର ମୁଖ୍ୟ ପୂଜକଙ୍କ ଘରେ ନୂଆ ଧାନର ଚୁଡାକୁ କୁରେଇ ପତ୍ରରେ ରଖି ଖିରି, ପିଠା ଆଦି ଗ୍ରାମ ଦେବଦେବୀଙ୍କ ପାଖେ ଭୋଗ ଅର୍ପଣ ପରେ ଗ୍ରାମର ପ୍ରତ୍ୟେକ ଘରେ ନୂଆଁ ଖାଇଥାନ୍ତି। ପରେ ନୂଆଁଖାଇ ଜୁହାର ସହ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri