ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି ଗ୍ରାମ ରହିଛି, ଯାହା ସ୍ବାଧୀନତାର ୮୦ ବର୍ଷ ବିତିଯାଇଥିଲେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ଅଭିଯୋଗ ହୋଇଛି। ତାହା ପୁଣି ପଞ୍ଚାୟତ କାର୍ଯ୍ୟାଳୟଠାରୁ ମାତ୍ର ୨ ଶହ ମିଟର ଦୂରତା ହୋଇଥିବା ବେଳେ ବ୍ଲକ କାର୍ଯ୍ୟାଳୟ ଠାରୁ ମାତ୍ର ଗୋଟିଏ କିମି ଦୂରତା ମଧ୍ୟରେ ରହିଛି ଗ୍ରାମ।

ପ୍ରକାଶ ଯେ, କନ୍ଧମାଳ ଜିଲା ଦତିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ଅଧୀନରେ ରହିଥିବା ସିକପାଟା ଗ୍ରାମ ସମେତ ମେରଙ୍ଗ ସାହି ଓ ଲାଇନପଡ଼ାକୁ ସଂଯୋଗ କରୁଥିବା ମୁଖ୍ୟ ସାହି ରାସ୍ତା ଗୁଡିକ ଏବେ ଖାଲଖମା ଯୋଗୁ ଯାତାୟାତରେ ସମସ୍ୟା ଦେଖାଯାଇଛି। ବୁଡ଼ାଶଙ୍ଖଠାରୁ ଉକ୍ତ ରାସ୍ତା ଆରମ୍ଭ ହୋଇ ସିକପାଟା ଦେଇ ଲାଇନପଡ଼ାକୁ ସଂଯୋଗ କରିଛି। ଉକ୍ତ ରାସ୍ତା ଉପରେ ପ୍ରାୟ ୩ ଟି ଗ୍ରାମର ୩ ଶହରୁ ଉର୍ଦ୍ଧ୍ୱ ପରିବାର ସମେତ ଅନ୍ୟ ପଡୋଶୀ ଗ୍ରାମବାସୀ ଉକ୍ତ ରାସ୍ତା ଉପରେ ନିର୍ଭର କରୁଛନ୍ତି।

ଦୈନିକ ଶତାଧିକ ଲୋକ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବାରୁ ଏହି ରାସ୍ତାଟି ଅଞ୍ଚଳ ପାଇଁ ଅତ୍ୟନ୍ତ ଜରୁରୀ ବୋଲି ଗ୍ରାମର ଯୁବ ସମାଜସେବୀ ଅକ୍ଷୟ ପରିଛା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଅଞ୍ଚଳବାସୀ ଉକ୍ତ ଗ୍ରାମକୁ ପକ୍କା ରାସ୍ତା ନିର୍ମାଣ ସହ ଷ୍ଟ୍ରିଟ ଆଲୁଅ ବ୍ୟବସ୍ଥା କରିବାକୁ ବାରମ୍ବାର ଅଭିଯୋଗ କରିଆସୁଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଉକ୍ତ ରାସ୍ତା ଦେଇ ଛୋଟ ଶିଶୁ ମାନେ ଅଙ୍ଗନବାଡ଼ି, ଛାତ୍ରଛାତ୍ରୀମାନେ ସ୍କୁଲ ଓ କଲେଜ ଯିବାଆସିବା କରୁଛନ୍ତି। ଏହା ବ୍ୟତୀତ ଗ୍ରାମବାସୀ ବଜାର, ବ୍ଲକ କାର୍ଯ୍ୟାଳୟ, ହସ୍ପିଟାଲ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ ପାଇଁ ମଧ୍ୟ ଉକ୍ତ ରାସ୍ତା ଉପରେ ନିର୍ଭରଶୀଳ। ରାସ୍ତାଟି ପକ୍କା ନିର୍ମାଣ ହୋଇଗଲେ ଛାତ୍ରଛାତ୍ରୀ, ରୋଗୀ, ବୃଦ୍ଧାବୃଦ୍ଧ, ମହିଳା ଓ ସାଧାରଣ ଲୋକଙ୍କ ଯାତାୟାତ ବହୁତ ସହଜ ହୋଇପାରିବ।ବୋଲି ଅଞ୍ଚଳବାସୀ ଆଶା ପ୍ରକଟ କରିଛନ୍ତି। ଏବେ ଲଘୁଚାପ ଜନିତ ବର୍ଷା ଯୋଗୁ ରାସ୍ତାର ଅବସ୍ଥା ଆହୁରି ଶୋଚନୀୟ ହୋଇପଡ଼ିଥିବା ଗ୍ରାମବାସୀ କହିଛନ୍ତି।

ଏମଜିଏନଆରଇଜିଏସ ଯୋଜନାରେ କେଳ ପ୍ରତିବର୍ଷ ମାଟି ପକାଇ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ କରାଯାଉଛି। ଗ୍ରାମବାସୀଙ୍କ ଦାବି ଉକ୍ତ ରାସ୍ତାକୁ ପେବରବ୍ଲକ ପକାଇ ପକ୍କା ରାସ୍ତା ସହ ରାସ୍ତା କଡ଼ରେ ଷ୍ଟ୍ରିଟ ଆଲୁଅ ବ୍ୟବସ୍ଥା ଲୋକଙ୍କ ବସିବା ପାଇଁ ସିମେଣ୍ଟ ବ୍ୟାଞ୍ଚ ସହ ରାସ୍ତାର ୨ ପାର୍ଶ୍ୱରେ ବୃକ୍ଷ ରୋପଣ କରାଯିବାକୁ ଦାବି ହୋଇଛି ଏହା କରିବା ଦ୍ୱାରା ଦାରିଙ୍ଗବାଡିକୁ ବୁଲିବା ପାଇଁ ଆସୁଥିବା ପର୍ଯ୍ୟଟକ ଗାଁ ଭିତରକୁ ବୁଲିବାକୁ ଯିବା ସମୟରେ ପରିବେଶ କୁ ନେଇ ଦାରିଙ୍ଗବାଡି ଆସିବାକୁ ଆଗ୍ରହ ପ୍ରକାଶ କରିବେ ବୋଲି ଗ୍ରାମବାସୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri