୩ ମାସରେ ଆସିବ ୩ ଲହର: ଚାଇନାକୁ ଚେତାବନୀ…

ବେଜିଂ,୨୧।୧୨ : ଚାଇନାରେ କରୋନା ସଂକ୍ରମଣ କାୟା ବିସ୍ତାର କରୁଛି। ହଂକଂ ପୋଷ୍ଟର ଖବର ଅନୁଯାୟୀ ଚାଇନା ସରକାର କରୋନା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ନାହାନ୍ତି। କାରଣ ସାରା ଦେଶରେ ଜନ ବିରୋଧ ପରେ ସରକାର ଶୂନ-କୋଭିଡ ନୀତି ହଠାତ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି।

କରୋନା କାରଣରୁ ମୃତ୍ୟୁ ସଂଖ୍ୟା ଉପରେ ମଧ୍ୟ ଚାଇନା ସରକାର ତଥ୍ୟ ପ୍ରକାଶ ନେଇ ଚୁପ ଅଛନ୍ତି। ଏହା ସତ୍ତ୍ୱେ ଚାଇନାର ପ୍ରଶାସନିକ ଅଧିକାରୀମାନେ ଆସନ୍ତା ମାସରେ କରେନା ସଂକ୍ରମଣର ଲହର ବିଷୟରେ ଚେତାବନୀ ଦେଇଛନ୍ତି। ଆସନ୍ତା ୩ ମାସ ମଧ୍ୟରେ ଦେଶରେ ୩ଟି ଲହର ଆସିବାର ଆଶଙ୍କା ନେଇ ସେମାନେ ସତର୍କ ସୂଚନା ଜାରି କରିଛନ୍ତି।

ଚାଇନାର ରୋଗ ନିୟନ୍ତ୍ରଣ ଏବଂ ନିରାକରଣ କେନ୍ଦ୍ରର ମୁଖ୍ୟ ମହାମାରୀ ବିଶେଷଜ୍ଞ ୱୁ ଜୁନିୟୁ ବେଜିଂରେ ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ ବର୍ତ୍ତମାନର ସଂକ୍ରମଣ ଚଳିତ ଶୀତରେ ଏହାର ଶିଖରରେ ପହଞ୍ଚିବ ଏବଂ ତିନି ଲହର ଆସନ୍ତା ତିନିମାସ ପର୍ଯ୍ୟନ୍ତ ଦେଶରେ ଜାରି ରହିବ। ସରକାରୀ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟକୁ ଉଦ୍ଧୃତ କରି ହଂକଂ ପୋଷ୍ଟ ଏହି ଖବର ପ୍ରକାଶ କରିଛି।

ୱୁ ଜୁନିୟୁଙ୍କ ଅନୁଯାୟୀ, ପ୍ରଥମ ଲହର ବର୍ତ୍ତମାନ ଠାରୁ ଜାନୁୟାରୀ ମଧ୍ୟଭାଗ ପର୍ଯ୍ୟନ୍ତ ଚାଲିବ । ଦ୍ୱିତୀୟ ଲହର ଖୁବ ଶୀଘ୍ର ଅଜାନୁଆରୀ ୨୧ ବେଳକୁ. ଆରମ୍ଭ ହୋଇପାରେ।

ରିପୋର୍ଟ ଅନୁଯାୟୀ, ୱୁ ଜୁନିୟୁ ପୂର୍ବାନୁମାନ କରିଛନ୍ତି ଯେ ଲୋକମାନେ ଛୁଟିରୁ କାମକୁ ଫେରିବା ପରେ ଫେବୃଆରୀ ଶେଷରୁ ମାର୍ଚ୍ଚ ମଧ୍ୟଭାଗରେ ଚାଇନା ଏକ ତୃତୀୟ ଲହରର ସମ୍ମୁଖୀନ ହେବ। ଜାନୁଆରୀ ୨୧ରେ ପଡୁଥିବା ଚନ୍ଦ୍ର ନବ ବର୍ଷ ଛୁଟି ପୂର୍ବରୁ ଲହର ଆରମ୍ଭ ହେବ ବୋଲି ଆଶା କରାଯାଉଛି, କାରଣ ଏହି ସମୟରେ ଅନେକ ଲୋକ ନିଜ ଛୁଟି ବିତାଇବାକୁ ଘରକୁ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri