କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର ମାଓବାଦୀଙ୍କୁ ଗିରଫ କରିବାରେ ସଫଳ ହୋଇଛି।

ଗିରଫ ମହିଳା କ୍ୟାଡର ମାଓବାଦୀଙ୍କ ମଧ୍ୟରୁ ମାଲକାନଗିରି ଜିଲା ଜଡାମ୍ବ ଥାନା ଧାକଡପଦର ଗ୍ରାମର ୪ଲକ୍ଷ ଟଙ୍କା ପୁରସ୍କାର ପ୍ରାପ୍ତ ସ୍ବପ୍ନା ଓରଫ ଚନ୍ଦ୍ରମା ଖିଲ, ୨ଲକ୍ଷ ଟଙ୍କା ପୁରସ୍କାର ପ୍ରାପ୍ତ ବବିତା ଓରଫ କମଳା ଖିଲ ଏବଂ ସୁନିତା ଖିଲ ବୋଲି ଅନୁଷ୍ଠିତ ଖବରଦାଦା ସମ୍ମିଳନୀରେ କୋରାପୁଟ ଦକ୍ଷିଣାଞ୍ଚଳ ଡିଆଇଜି ନିତି ଶେଖର ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଓଡିଶା ପୋଲିସ ଏବଂ ଡିବିଏଫ୍‌ ବାହିନୀ ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରେ ସର୍ଚ୍ଚ ଅପରେଶନ କରୁଥିବା ବେଳେ ୩ଜଣ ମହିଳାଙ୍କୁ ସନ୍ଦେହ ଅବସ୍ଥାରେ ଧରିଥିଲେ। ସେମାନଙ୍କୁ ପଚରାଉଚୁରା ପରେ ସମ୍ପୂର୍ଣ୍ଣ ତଥ୍ୟ ଜଣାପଡିଥିଲା।

ସ୍ବପ୍ନା ଖିଲ ୨୦୧୮ରେ ଆନ୍ଧ୍ର ଓଡ଼ିଶା ବୋର୍ଡର ସ୍ପେସାଲ ଜୋନାଲ କମିଟିରେ ପାର୍ଟି ସଦସ୍ୟା ଭାବେ ଯୋଗ ଦେଇଥିଲେ। ସେ ମାଲକାନଗିରି ଜିଲା ଜଡାମ୍ବ ଥାନା ଅଧୀନ ଅଣ୍ଡାପାଲ୍ଲୀ, ମୁଦୁଲିପଡା ଥାନା ଅନ୍ତର୍ଗତ ଗୋଇଗୁଡା, କୋରାପୁଟ ଜିଲା ବୈପାରିଗୁଡା ଥାନା ଅଧୀନ ଘୋଡାବେଡା, ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ତୁଳସି ଅଞ୍ଚଳ ଜାଜଭଟା, ଟେମୁରୁପାଲ୍ଲୀ ପଞ୍ଚାୟତ ଦଲଦଲି ନିକଟରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ସେ ସାମିଲ ଥିଲେ।

ସେହିପରି ସୁନିତା ଖିଲ ମଧ୍ୟ ମାଥିଲି ଥାନା ତୁଳସି ଅଞ୍ଚଳ ଜାଜଭଟା, ଦଲଦଲି ଓ ଛତିଶଗଡ ସୁକୁମା ଜିଲା କୁକାନାର ତାନା ପୁରାଡାବା ଅଞ୍ଚଳରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟରେ ସାମିଲ ଥିଲେ। ସ୍ବପ୍ନା ଖିଲ ଆନ୍ଧ୍ର ଓଡ଼ିଶା ବୋଡର୍‌ ସ୍ପେସାଲ ଜୋନାଲ କମିଟି ମିଲିଟାରି ପ୍ଲାଟୁନ୍‌ ଗୁମ୍ମା ଅଞ୍ଚଳରେ କାର୍ଯ୍ୟ କରୁଥିବା ବେଳେ ବବିତା ଖିଲ ଓ ସୁନିତା ଖିଲ ଉଭୟଙ୍କ ଅଙ୍ଗ ରକ୍ଷକ ଭାବେ ପାର୍ଟି ସଦସ୍ୟା ହୋଇ କାର୍ଯ୍ୟ କରୁଥିଲେ। ୩ ଗିରଫ ମହିଳା ମାଓବାଦୀଙ୍କ ନାମରେ ବିଭିନ୍ନ ଥାନାରେ ମାମଲା ରହିଥିବା ଦକ୍ଷିଣାଞ୍ଚଳ ଡିଆଇଜି ପ୍ରକାଶ କରିଛନ୍ତି। ସମ୍ପୃକ୍ତ ଅଞ୍ଚଳରେ କୋମ୍ବିଂ ଅପରେଶନ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri