ଚାଷଜମିରେ ରୁଆ ଚାଲିଥିଲା ଧାନତଳି, ବଜ୍ରପାତରେ ନଣନ୍ଦ, ଭାଉଜ ସମେତ ୩ ମୃତ

ଛତ୍ରପୁର,୨୬ା୮(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜ଼ିଲା ଛତ୍ରପୁର ଓ ଗଞ୍ଜାମ ବ୍ଲକ ଅଞ୍ଚଳରେ ମଙ୍ଗଳବାର ବଜ୍ରପାତରେ ନଣନ୍ଦ, ଭାଉଜଙ୍କ ସମେତ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ କାମ କରୁଥିବା ବେଳେ ଏହି ଅଭାବନୀୟ ଘଟଣା ଘଟିଛି।

ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ସରଭୀମପୁର ଗ୍ରାମ ନିକଟ ଚାଷଜମିରେ ଧାନତଳି ରୁଆ ଚାଲିଥିବା ବେଳେ ହଠାତ୍‌ ବର୍ଷା ଓ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସେଠାରେ କାମ କରୁଥିବା ମର୍ଦରାଜ ଗୌଡ଼ଙ୍କ ସ୍ତ୍ରୀ ପୁନି ଗୌଡ଼ (୫୧) ଓ ଭଉଣୀ ନିରୁପମା ଗୌଡ଼ (୪୬) ଟଳି ପଡ଼ିଥିଲେ। ଉଭୟଙ୍କୁ ବିପୁଳିଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଛତ୍ରପୁର ପୋଲିସ ଓ ସ୍ଥାନୀୟ ଆର୍‌ଆଇ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସେହିପରି ଗଞ୍ଜାମ ବ୍ଲକ ରାଉଳିବନ୍ଧ ଗାଁରେ ଚାଷଜମିରେ ବଜ୍ରପାତ ହେବାରୁ ମିନି ଗୌଡ଼ (୪୭)ଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଥାନା ପୋଲିସ ଏବଂ ମଲାଡ଼ ଆର୍‌ଆଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୩ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଏହି ଖବର ଶୁଣି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଛତ୍ରପୁର ହସ୍ପିଟାଲରେ ପହଞ୍ଚି ମୃତା ମହିଳାମାନଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri