ଚାଷଜମିରେ ରୁଆ ଚାଲିଥିଲା ଧାନତଳି, ବଜ୍ରପାତରେ ନଣନ୍ଦ, ଭାଉଜ ସମେତ ୩ ମୃତ

ଛତ୍ରପୁର,୨୬ା୮(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜ଼ିଲା ଛତ୍ରପୁର ଓ ଗଞ୍ଜାମ ବ୍ଲକ ଅଞ୍ଚଳରେ ମଙ୍ଗଳବାର ବଜ୍ରପାତରେ ନଣନ୍ଦ, ଭାଉଜଙ୍କ ସମେତ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ କାମ କରୁଥିବା ବେଳେ ଏହି ଅଭାବନୀୟ ଘଟଣା ଘଟିଛି।

ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ସରଭୀମପୁର ଗ୍ରାମ ନିକଟ ଚାଷଜମିରେ ଧାନତଳି ରୁଆ ଚାଲିଥିବା ବେଳେ ହଠାତ୍‌ ବର୍ଷା ଓ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସେଠାରେ କାମ କରୁଥିବା ମର୍ଦରାଜ ଗୌଡ଼ଙ୍କ ସ୍ତ୍ରୀ ପୁନି ଗୌଡ଼ (୫୧) ଓ ଭଉଣୀ ନିରୁପମା ଗୌଡ଼ (୪୬) ଟଳି ପଡ଼ିଥିଲେ। ଉଭୟଙ୍କୁ ବିପୁଳିଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଛନ୍ତି। ଛତ୍ରପୁର ପୋଲିସ ଓ ସ୍ଥାନୀୟ ଆର୍‌ଆଇ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସେହିପରି ଗଞ୍ଜାମ ବ୍ଲକ ରାଉଳିବନ୍ଧ ଗାଁରେ ଚାଷଜମିରେ ବଜ୍ରପାତ ହେବାରୁ ମିନି ଗୌଡ଼ (୪୭)ଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଥାନା ପୋଲିସ ଏବଂ ମଲାଡ଼ ଆର୍‌ଆଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୩ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ଏହି ଖବର ଶୁଣି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଛତ୍ରପୁର ହସ୍ପିଟାଲରେ ପହଞ୍ଚି ମୃତା ମହିଳାମାନଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri