Posted inଜାତୀୟ

ତାମିଲନାଡ଼ୁରେ ମନ୍ଦିର ପୂଜାରୀ ହେବାକୁ ଯାଉଛନ୍ତି ୩ ମହିଳା

ହାଇଦ୍ରାବାଦ,୧୫।୯: ଏକ ଐତିହାସିକ ଘଟଣାକ୍ରମରେ ତାମିଲନାଡୁର ୩ ମହିଳା ପୂଜାରୀ ହେବାକୁ ଯାଉଛନ୍ତି। ସେମାନେ ସଫଳତାର ସହ ପ୍ରଶିକ୍ଷଣ ସମାପ୍ତ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ସେମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ମହିଳାମାନେ ହେଲେ କ୍ରିଷ୍ଣାଭେନୀ, ଏସ୍‌ ରାମ୍ୟା ଏବଂ ଏନ୍‌ ରଣଜିତା। ଆଗାମୀ ଦିନରେ ସେମାନେ ଦୀର୍ଘଦିନ ଧରି ଚାଲିଆସୁଥିବା ପୁରୁଷ ପରମ୍ପରାକୁ ଭାଙ୍ଗି ରାଜ୍ୟର ମନ୍ଦିରଗୁଡ଼ିକରେ ସହକାରୀ ପୁରୋହିତ ଭାବେ ନିଯୁକ୍ତ ହେବେ।

ତାମିଲନାଡ଼ୁ ମନ୍ତ୍ରୀ ଶେଖର ବାବୁ ମଙ୍ଗଳବାର ଶ୍ରୀରଙ୍ଗନାଥର ମନ୍ଦିର ଦ୍ୱାରା ପରିଚାଳିତ ଆର୍ଚାକର ଟ୍ରେନିଂ ସ୍କୁଲରେ ପ୍ରଶିକ୍ଷଣ ଶେଷ କରିଥିବା ପୁରୁଷଙ୍କ ସହ ୩ ମହିଳାଙ୍କୁ ପ୍ରମାଣପତ୍ର ପ୍ରଦାନ କରିଥିଲେ। ସମସ୍ତେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ହିନ୍ଦୁ ଧର୍ମ ଏବଂ ଚାରିଟେବୁଲ୍‌ ଏଣ୍ଡୋମେଣ୍ଟସ୍‌ ବିଭାଗ ଦ୍ୱାରା ପରିଚାଳିତ ମନ୍ଦିରରେ କାମ କରିବେ।

କହିରଖୁଛୁ, ୨୦୨୧ରେ ଡିଏମ୍‌କେ ସରକାର କ୍ଷମତାକୁ ଆସିବା ପରେ ସମସ୍ତ ଜାତିର ଲୋକଙ୍କୁ ପୁରୋହିତ ତାଲିମ ପ୍ରଦାନ ପାଇଁ ପଦକ୍ଷେପ ନେଇ ଘୋଷଣା କରିଥିଲେ। ଏହାପରେ ଉକ୍ତ ମହିଳାମାନେ ପୁରୋହିତ ହେବାକୁ ଇଚ୍ଛା ପ୍ରକାଶ କରିଥିଲେ। ବର୍ତ୍ତମାନ ସମୟରେ ମହିଳାମାନେ ସମସ୍ତ କ୍ଷେତ୍ରରେ ଉପସ୍ଥିତ ଥିବା ବେଳେ ଏଭଳି ପ୍ରୟାସ ଉଦାହରଣ ପାଲଟିବ ବୋଲି ସେମାନେ ଭାବିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri