୩ ବର୍ଷ ଅକାମୀ ଥିବା ହାର୍ଟ ପୁଣି କାମ କଲା…

ନୋଏଡ଼ା,୬।୧୦: କଥାରେ ଅଛି ରଖେ ହରି ମାରେ କିଏ। ଏଭଳି ଏକ ଘଟଣା ଏବେ ଭାରତରେ ଘଟିଛି। ହାର୍ଟ କାମ କରିବା ବନ୍ଦ କରିବାର ୩ ବର୍ଷ ପରେ ପୁଣି ଚମତ୍କାର ହୋଇଛି। ହାର୍ଟ ପୁଣି ସ୍ବାଭାବିକ ଭାବେ କାମ କରିବା ଆରମ୍ଭ କରିଛି। ନୋଏଡାଠାରେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୩ ବର୍ଷ ପୂର୍ବେ ଜଣେ ଇରାକ ନାଗରିକଙ୍କ କ୍ଷେତ୍ରରେ ଏହି ଚମତ୍କାର ଘଟିଛି।

ତିନି ବର୍ଷ ଧରି ବ୍ୟକ୍ତି ଜଣକ କୃତ୍ରିମ ହାର୍ଟର ସାହାଯ୍ୟରେ ଜୀବିତ ଥିଲେ, କିନ୍ତୁ ପରେ ତାକୁ ଏବେ ବାହାର କରି ଦିଆଯାଇଛି। ଡାକ୍ତରମାନେ ମଧ୍ୟ ଏହି ଘଟଣାରେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଡାକ୍ତରଙ୍କ ଅନୁଯାୟୀ ଏହା ଭାରତରେ ପ୍ରଥମ ଘଟଣା। କେବଳ ଏତିକି ନୁହେଁ, ବର୍ତ୍ତମାନ ପର୍ଯ୍ୟନ୍ତ ସମଗ୍ର ବିଶ୍ୱରେ କେବଳ ୨ ରୁ ୩ ଟି ଏଭଳି ଘଟଣା ଘଟିଛି। ଯେତେବେଳେ ଜଣଙ୍କର ହାର୍ଟ ଅକାମେୀ ହୋଇଯାଏ ସେତେବେଳେ ତାଙ୍କୁ ମେସିନ ଦ୍ୱାରା ସାଧାରଣତଃ ଜୀବିତ ରଖାଯାଇଥାଏ। ଏହାକୁ ଲାଇଫ୍‌ ସପୋର୍ଟ କୁହାଯାଇଥାଏ।

ସୂଚନା ଅନୁଯାୟୀ, ନୋଏଡାର ଫୋର୍ଟିସ ହାର୍ଟ ଏବଂ ଭାସ୍କୁଲାର ଇନଷ୍ଟିଚ୍ୟୁଟରେ ଏହି ମାମଲା ସାମ୍ନାକୁ ଆସିଛି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ଅଜୟ କୌଲ। ବ୍ୟକ୍ତିଙ୍କ ନାମ ହନି ଜବାଦ ମହମ୍ମଦ। ସେ ୨୦୧୮ରେ ହସ୍ପିଟାଲକୁ ଆସିଥିଲେ। ହୃଦୟ ପ୍ରତିରୋପଣ ପାଇଁ ହାର୍ଟ ପାଇବା ସହଜ ନ ଥିଲା । ଏଭଳି ପରିସ୍ଥିତିରେ ଡାକ୍ତରମାନେ ତାଙ୍କ ଜୀବନ ବଞ୍ଚାଇବା ପାଇଁ ଏକ କୃତ୍ରିମ ହାର୍ଟ ଅର୍ଥାତ୍‌ ଭେଣ୍ଟ୍ରିକଲ ଆସିଷ୍ଟ ଡିଭାଇସରେ ରଖିଥିଲେ।

ତାଙ୍କ ହାର୍ଟ କାମ କରିବାରୁ ଦୁଇ ସପ୍ତାହ ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା। ଚିକିତ୍ସା ପରେ ବ୍ୟକ୍ତି ଜଣକ ଇରାକ ପଳାଇଛନ୍ତି ବୋଲି ଡାକ୍ତରମାନେ କହିଛନ୍ତି। ତେବେ ତାଙ୍କୁ ପ୍ରତି ଛଅ ମାସରେ ଚେକଅପ ପାଇଁ ଆସିବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri