ଆଜିଠୁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୪ା୮(ସୁଚିସ୍ମିତା ସାହୁ):ତିନିବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି. ଏଡ୍‌ ଏବଂ ଏମ୍‌.ଏଡ୍‌ ନାମଲେଖା ପାଇଁ ସୋମବାରଠାରୁ ଆବେଦନ ଆରମ୍ଭ ହେବ। ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ରେଗୁଲାର ମୋଡ୍‌ରେ ପାଠପଢ଼ା ସୁବିଧା ଥିବାବେଳେ ସମ୍ବଲପୁର ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଏବଂ ଫକୀର ମୋହନ ବିଶ୍ୱବିଦ୍ୟାଳୟରେ ସେଲ୍ଫ ଫାଇନାନ୍ସ ମୋଡ୍‌ରେ ପାଠପଢ଼ିବାକୁ ନାମଲେଖା ହେବ। ଏଥିପାଇଁ କୌଣସି ପ୍ରବେଶିକା ପରୀକ୍ଷା ଦେବାକୁ ପଡିବ ନାହିଁ। କେବଳ ମାର୍କ ଓ ସଂରକ୍ଷଣ ମାଧ୍ୟରେ ପାଠପଢ଼ି ପାରିବେ। ସୋମବାର ପୂର୍ବାହ୍ନ ୧୧ଟାରୁ ଛାତ୍ରୀଛାତ୍ର ସାମ୍‌ସ ପୋଟାର୍ଲରେ କମନ ଆପ୍ଲିକେଶନ ଫର୍ମ ମାଧ୍ୟମରେ ଆବେଦନ କରିପାରିବେ। ଆବେଦନର ଶେଷ ତାରିଖ ଅଗଷ୍ଟ ୧୭ ରହିଥିବା ବେଳେ ୧୮ ତାରିଖରେ ଫର୍ମର ସଂଶୋଧନ କରିପାରିବେ। ଅଗଷ୍ଟ ୨୨ରେ ପ୍ରଥମ ରାଉଣ୍ଡ୍‌ ପିଲାଙ୍କୁ ସିଟ ୍‌ପ୍ରଦାନ କରାଯିବ। ନାମଲେଖା ପାଇଁ ଚୟନ ହୋଇଥିବା ଛାତ୍ରୀଛାତ୍ର ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ସ୍ଲାଇଡ୍‌ ବା ଫ୍ରିଜ୍‌ ଅପ୍‌ସନ ଦେଇପାରିବେ। ଏହାସହ ଅଗଷ୍ଟ ୨୩ରୁ ୨୬ତାରିଖ ମଧ୍ୟରେ ଚୟନ ହୋଇଥିବା ଶିକ୍ଷାନୁଷ୍ଠାନକୁ ଯାଇ ନାମଲେଖାଇ ପାରିବେ। ସେହିପରି ସେପ୍ଟେମ୍ବର ୧ରେ ଦ୍ୱିତୀୟ ରାଉଣ୍ଡ୍‌ ସିଟ୍‌ ପ୍ରଦାନ କରାଯିବା ପରେ ୪ ତାରିଖ ମଧ୍ୟରେ ସ୍ଲାଇଡ୍‌ ବା ଫ୍ରିଜ୍‌ ଅପଶନ୍‌ ଦେବାସହ ନାମଲେଖାଇ ପାରିବେ। ଏହାପରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ସେପ୍ଟେମ୍ବର ୮ରେ ପ୍ରକାଶ ପାଇବାକୁ ଥିବାବେଳେ ୧୩ ତାରିଖ ମଧ୍ୟରେ ନାମଲେଖା ସରିବ। ସେପ୍ଟେମ୍ବର ୮ରୁ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌ ଏବଂ ଏମ୍‌.ଏଡ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri