୩ବର୍ଷର ଶିଶୁଙ୍କୁ କଚାଡ଼ି ହତ୍ୟା: ପାରିବାରିକ କଳହର କରୁଣ ପରିଣତି

କେନ୍ଦୁଝର,୨୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ନହବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ ନେଇ ଜଣେ ୩ ବର୍ଷର ଶିଶୁଙ୍କୁ କଚାଡ଼ି ହତ୍ୟା କରାଯାଇଛି। ପୋଲିସ ମଙ୍ଗଳବାର ସକାଳେ ମୃତଦେହ ଥାନା ଅଧୀନ ଖେଣ୍ଡରା ଗ୍ରାମ ନିକଟସ୍ଥ କେନାଲ ନିକଟରୁ ଜବତ କରିଛି।

ମୃତକ ହେଲେ ଚନ୍ଦନ ମୁଣ୍ଡାଙ୍କ ପୁଅ ଲକି ମୁଣ୍ଡା (୩)। ଘଟଣାରେ ଅଭିଯୁକ୍ତ ଶ୍ରୀତମ ମୁଣ୍ଡା (୨୦)ଙ୍କୁୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିବା ଝୁମ୍ପୁରା ଥାନା ଅଧିକାରୀ ସମ୍ବାରି ହଁାସଦା କହିଛନ୍ତି।
ସୂଚନା ଅନୁଯାୟୀ, ଲକି ଗତ ୨୬ ତାରିଖରୁ ନିଖୋଜ ଥିଲେ। ଘରକୁ ନ ଫେରିବାରୁ ଏହାକୁ ନେଇ ପରିବାର ଲୋକେ ପ୍ରଥମେ ନିଖୋଜ ଓ ପରେ ଲକିକୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ।

ଲକି ଘର ନିକଟରେ ଖେଳୁଥିବା ସମୟରେ ଶ୍ରୀତମ୍‌ ବୁଲାଇ ନେବାକୁ କହି ନେଇଯାଇଥିଲେ। ପୋଲିସ ଶ୍ରୀତମ୍‌ ମୁଣ୍ଡାକୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିଲା। ମଙ୍ଗଳବାର ମୃତଦେହ କେନାଲ ନିକଟରୁ ଜବତ ହୋଇଥିଲା। ଘଟଣାସ୍ଥଳରେ ଚମ୍ପୁଆ ଏସ୍‌ଡିପିଓ ଓ ଝୁମ୍ପୁରା ତହସିଲଦାର ପହଞ୍ଚତ୍ ତଦନ୍ତ କରିଥିଲେ। ତଦନ୍ତ ପରେ ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ହୋଇଥିବା ଜଣାପଡ଼ିଛି।

ମାଘ ପରବ ସମୟରେ ୨ ପରିବାର ମଧ୍ୟରେ ଝଗଡ଼ା ହୋଇଥିଲା। ଏଣୁ ଏହାକୁ ନେଇ ଆକ୍ରୋଶମୂଳକ ଭାବେ ପ୍ରତିଶୋଧ ପରାୟଣ ହୋଇ ଶ୍ରୀତମ୍‌ ଶିଶୁଙ୍କୁ କେନାଲ ନିକଟରେ କଚାଡି ଓ ତଣ୍ଟିଚିପି ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri