ବସ୍‌କୁ ଅପେକ୍ଷା କରିଥିଲେ, ପିଟି ଦେଲା ତେଲ ଟ୍ୟାଙ୍କର; ଘଟଣାସ୍ଥଳରେ ଲିୟନ…

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ତପ୍ତପାଣି ମୁଖ୍ୟ ରାସ୍ତାର ପୋଡ଼ାମାରୀ ଗ୍ରାମ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ଧକ୍କାରେ ଜଣେ ୩ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ ଲିୟନ ଗମାଙ୍ଗ। ତାଙ୍କ ଘର ଗଜପତି ଜିଲା ମୋହନା ଥାନା ଛଣବଣିଆ ଗ୍ରାମରେ। ମଙ୍ଗଳବାର ପୂର୍ବାହ୍ନରେ ଶିଶୁଟି ମା’ ବାପାଙ୍କ ସହ ପୋଡାମାରୀ ଗ୍ରାମକୁ ଆସିଥିଲେ। ଅପରାହ୍ନରେ କାମସାରି ସପରିବାର ବସକୁ ଅପେକ୍ଷା କରିଥିଲେ। ଏହି ସମୟରେ ଏକ ତେଲ ବୋଝେଇ ଟ୍ୟାଙ୍କର (ଓଡି ୦୧ ଏ ଏମ୍‌ ୯୬୩୧) ଗଜପତି ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଲିୟନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପୋଡାମାରୀ ଫାଣ୍ଡି ପୋଲିସ ଏବଂ ସାନଖେମୁଣ୍ଡି ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଗୁରୁତର ଅବସ୍ଥାରେ ଶିଶୁକୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଅପରପକ୍ଷରେ ଫାଣ୍ଡି ଅଧିକାରୀ ପରମେଶ୍ୱର ମଲ୍ଲିକ ଟ୍ୟାଙ୍କରଟିକୁ ଜବତ କରି ପାଟପୁର ଥାନାକୁ ପଠାଇଥିବା ସୂଚନା ମିଳିଛି। ଚାଳକ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri