ବସ୍‌କୁ ଅପେକ୍ଷା କରିଥିଲେ, ପିଟି ଦେଲା ତେଲ ଟ୍ୟାଙ୍କର; ଘଟଣାସ୍ଥଳରେ ଲିୟନ…

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ତପ୍ତପାଣି ମୁଖ୍ୟ ରାସ୍ତାର ପୋଡ଼ାମାରୀ ଗ୍ରାମ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ଧକ୍କାରେ ଜଣେ ୩ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ ଲିୟନ ଗମାଙ୍ଗ। ତାଙ୍କ ଘର ଗଜପତି ଜିଲା ମୋହନା ଥାନା ଛଣବଣିଆ ଗ୍ରାମରେ। ମଙ୍ଗଳବାର ପୂର୍ବାହ୍ନରେ ଶିଶୁଟି ମା’ ବାପାଙ୍କ ସହ ପୋଡାମାରୀ ଗ୍ରାମକୁ ଆସିଥିଲେ। ଅପରାହ୍ନରେ କାମସାରି ସପରିବାର ବସକୁ ଅପେକ୍ଷା କରିଥିଲେ। ଏହି ସମୟରେ ଏକ ତେଲ ବୋଝେଇ ଟ୍ୟାଙ୍କର (ଓଡି ୦୧ ଏ ଏମ୍‌ ୯୬୩୧) ଗଜପତି ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଲିୟନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପୋଡାମାରୀ ଫାଣ୍ଡି ପୋଲିସ ଏବଂ ସାନଖେମୁଣ୍ଡି ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଗୁରୁତର ଅବସ୍ଥାରେ ଶିଶୁକୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଅପରପକ୍ଷରେ ଫାଣ୍ଡି ଅଧିକାରୀ ପରମେଶ୍ୱର ମଲ୍ଲିକ ଟ୍ୟାଙ୍କରଟିକୁ ଜବତ କରି ପାଟପୁର ଥାନାକୁ ପଠାଇଥିବା ସୂଚନା ମିଳିଛି। ଚାଳକ ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri