Posted inଜାତୀୟ

ମନ୍ଦିର ବାହାରେ ମା’ ସହ ଶୋଇଥିବା ୩ବର୍ଷର କନ୍ୟାକୁ ବଳାତ୍କାର, ଅଶୋକ ଗେହଲୋଟ କହିଲେ…

ଯୋଧପୁର,୧୯।୮: ରାଜସ୍ଥାନର ଯୋଧପୁରରେ ଜଣେ ୩ବର୍ଷର ବାଳିକାକୁ ବଳାତ୍କାର କରାଯାଇଥିବା ମାମଲା ସାମ୍ନାକୁ ଆସିଛି। ଅଳିଆ ଉଠାଉଥିବା ଜଣେ ମହିଳାଙ୍କ ଝିଅକୁ ଅପହରଣ କରି ବଳାତ୍କାର କରାଯାଇଥିବା କୁହାଯାଉଛି। ଅଭିଯୁକ୍ତ ଝିଅଟିକୁ ଟଫି ଦେବା ବାହାନା କରି ତାଙ୍କୁ ତାଙ୍କ ମା’ଙ୍କ ନିକଟରେ ଶୋଇଥିବା ବେଳେ ଡାକି ନେଇ ଯାଇଥିଲେ ଓ ବଳାତ୍କାର କରିଥିଲେ। ଏହି ଘଟଣାରେ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ପ୍ରତିକ୍ରିୟା ରଖିଛନ୍ତି। ସେ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ ଯୋଧପୁରରେ ୩ ବର୍ଷର ନିରୀହ ଝିଅକୁ ବଳାତ୍କାର ଘଟଣା ଆଶ୍ଚର୍ଯ୍ୟଜନକ। ଏହି ଘଟଣାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଗଭୀର କ୍ରୋଧ ରହିଛି।
ପୂର୍ବତନ ମୁଖ୍ୟମନ୍ତ୍ରୀ ଆହୁରି ଲେଖିଛନ୍ତି, ଏଭଳି ଘଟଣା ରାଜସ୍ଥାନର ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି କରୁଛି। ସରକାର ଏବଂ ପୋଲିସର କୌଣସି ତତ୍ପରତା ଅଭାବରୁ ଅପରାଧୀମାନେ ଭୟଭୀତ ନ ହେବାର ଏହା ଏକ ଉଦାହରଣ। ବେଳକୁ ବେଳ ଯୋଧପୁରରେ ଦିନ ଦ୍ୱିପ୍ରହରରେ ଗୁଳି ବିନିମୟ, ଲୁଟ, ହତ୍ୟା ଏବଂ ବଳାତ୍କାର ଘଟଣା ବଢିବାରେ ଲାଗିଛି ଏବଂ ଆଇନ ଶୃଙ୍ଖଳା ଭଙ୍ଗ ହୋଇଛି। ରାଜ୍ୟରେ ଅପରାଧକୁ ରୋକିବା ପାଇଁ ବିଳମ୍ବ ନକରି ଆବଶ୍ୟକ ପଦକ୍ଷେପ ନେବାକୁ ମୁଁ ଅନେକ ଥର ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମାଙ୍କୁ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri