୧୨କିମି ରାସ୍ତା ନିର୍ମାଣ ପାଇଁ ବିତିଲାଣି ୩ବର୍ଷ

ବେଗୁନିଆ,୧୫ା୧୦(ଡି.ଏନ୍‌.ଏ.): ଯାତ୍ରୀଙ୍କ ସୁରକ୍ଷିତ ଗମନାଗମନ ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାତ୍ର ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମନମାନି ଯୋଗୁଁ ରାସ୍ତା ନିର୍ମାଣରେ ବହୁ ଅନିୟମିତତା ହେଉଥିବା ନଜିର ରହିଛି। ସେହିପରି ରାସ୍ତାର ମାନ ନିର୍ଦ୍ଧାରଣ କରାଯାଉନାହିଁ, ଫଳରେ କେଉଁଠି ପିଚୁ ଉଠିଗଲାଣି ତ ଆଉ କେଉଁଠି ପିଚୁ ଉପରେ ତାଳି ପଡ଼ିଲାଣି । ଅନେକ ସ୍ଥାନରେ ରାସ୍ତାରେ ବଡ଼ ବଡ଼ ଖାଲିଖମା ସୃଷ୍ଟି ହେଉଛି। ଫଳ ସ୍ବରୂପ ଅନେକ ସମୟରେ ଦୁର୍ଘଟଣା ଘଟି ଜୀବନ ହାନି ହେଉଛି।
ସୂଚନାଥାଉ କି, ଖୋର୍ଦ୍ଧା-ବଲାଙ୍ଗୀର ୫୭ନଂ. ଜାତୀୟ ରାଜପଥର ସାରୁଅଠାରୁ ଚକାପାଦ ପର୍ଯ୍ୟନ୍ତ ୧୨କି.ମି ରାସ୍ତା ନିର୍ମାଣ କାର୍ଯ୍ୟ ୨୦୧୯ରୁ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୭୫କୋଟି ଟଙ୍କା ଅନୁଦାନ ମିଳିଥିଲା। ଆବଶ୍ୟକ ପଡ଼ିଲେ ଅଧିକ ଟଙ୍କା ଅନୁଦାନ ମିଳିବ ବୋଲି ବିଭାଗ ପକ୍ଷରୁ କୁହାଯାଇଥିଲା। ହେଲେ ଆରମ୍ଭରୁ କାର୍ଯ୍ୟ ନିମ୍ନମାନର ହେବା ସହ ଅନେକ ସ୍ଥାନରେ ରାସ୍ତା ଅଣଓସାରିଆ ହୋଇଛି। ବହୁ ସ୍ଥାନରେ କାର୍ଯ୍ୟ ଅଧପନ୍ତରିଆ ଭାବେ ଛାଡି ଦିଆଯାଇଛି। ଫଳରେ ଦୈନନ୍ଦିନ ଛୋଟବଡ଼ ଦୁର୍ଘଟଣା ଘଟୁଛି। ନିର୍ମାଣ କାର୍ଯ୍ୟକୁ ୩ ବର୍ଷ ବିତିଥିଲେ ମଧ୍ୟ ଶେଷ ହୋଇପାରୁନାହିଁ। ସେହିପରି ରାଜପଥ ପାର୍ଶ୍ୱରେ ବଜାର ରହିଥିବା ବେଳେ ଡ୍ରେନ ନିର୍ମାଣ କାର୍ଯ୍ୟ ଜାରି ରହିଛି। ଢଳେଇର ବାଡ଼ା ଓ ସ୍ଲାବ ମୋଟେଇରେ କୌଣସି ନିର୍ଦ୍ଦିଷ୍ଟତା ରହୁନାହିଁ। ସେହିପରି ବାଘମାରି-କଣ୍ଟିଲୋ ୪୮ନଂ. ରାଜପଥ ଉପରେ ଯିବା ଆସିବା କରିବା କଷ୍ଟକର ହୋଇପଡ଼ିଛି। କେଉଁଠି ଖାଲଖମା ତ ଆଉ କେଉଁଠି ପିଚୁ ରାସ୍ତା ଉପରେ ସିମେଣ୍ଟ ଢଳେଇର ତାଳି। ଏହି ରାଜପଥ ଅନ୍ତର୍ଗତ ଗୋବିନ୍ଦପୁର ଓ ଗେଡିଆପଲ୍ଲି ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ଏକ କଲର୍ଭଟ ଉପରେ ୩ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି। ସ୍ଥାନୀୟ ଲୋକେ ଏହାକୁ ଡାଳ ପତ୍ର ଦେଇ ପଥଚାରୀଙ୍କୁ ସଙ୍କେତ ପ୍ରଦାନ କରିଛନ୍ତି। ଏକ ସପ୍ତାହରୁ ଅଧିକ ଦିନ ହୋଇଥିଲେ ମଧ୍ୟ ବିଭାଗ ପକ୍ଷରୁ ମରାମତି କରାଯାଉନାହିଁ। ତେବେ ଏଭଳି ନିମ୍ନମାନର କାର୍ଯ୍ୟ ପ୍ରତି ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି ଅକ୍ଷୟ ରଥ, ପ୍ରସନ୍ନ ମହାପାତ୍ର, ଆଶିଷ କୁମାର ବେହେରା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri