Posted inଫୁରସତ

ସନ୍ତାନ ଚିହ୍ନଟ ପାଇଁ ୩ ବର୍ଷ

ଦିସ୍‌ପୁର: ପୁଅ ହେଉ ଅବା ଝିଅ ଘରେ ସନ୍ତାନ ଜନ୍ମ ହେଲେ ପରିବାରରେ ଆନନ୍ଦର ଲହରି ଖେଳିଯାଏ। କିନ୍ତୁ ଏହି ଆନନ୍ଦକୁ ଅନୁଭବ କରିବା ପାଇଁ ନାଜମା ଖାନମଏବଂ ତାଙ୍କ ପରିବାରକୁ ୩ ବର୍ଷ ଅପେକ୍ଷା କରିବାକୁ ପଡ଼ିଛି। ଆସାମ ବରାପେଟା ସରକାରୀ ଡାକ୍ତରଖାନାରେ ୨୦୧୯ ମେ’୩ ତାରିଖରେ ସମାନ ନାମ୍ନୀ ନଜମା ଖାନମ ଏବଂ ନଜମା ଖାତୁନ ଦୁଇଟି ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ପ୍ରସବ ପରେ ଖାନମଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବା କାରଣରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବାବେଳେ ନବଜାତକୁ ନ୍ୟୁବର୍ନ କେୟାରରେ ରଖାଯାଇଥିଲା। କିଛି ସମୟ ପରେ ଯେତେବେଳେ ଖାନମଙ୍କ ଚେତା ଫେରିଥିଲା ସେତେବେଳେ ଡାକ୍ତରଖାନା କର୍ତ୍ତୃପକ୍ଷ ମୃତ ଶିଶୁକୁ ତାଙ୍କୁ ଦେଇଥିଲେ। ତେବେ ଖାନମ କି ତାଙ୍କ ପରିବାର ଏହାକୁ ସହଜରେ ବିଶ୍ୱାସ କରିପାରି ନ ଥିଲେ। ଡାକ୍ତରଖାନାରେ ଅଭିଯୋଗ କରିଥିଲେ ମଧ୍ୟ ସେମାନେ ଏହାକୁ ଖଣ୍ଡନ କରିଥିଲେ। ପରବର୍ତ୍ତୀ ସମୟରେ ଖାନମଙ୍କ ପରିବାର ସେହି ଗୋଟିଏ ଦିନରେ ପ୍ରସବ କରିଥିବା ମହିଳାଙ୍କ ସୂଚୀ ଦେଖିଥିଲେ। ଯେଉଁଥିରେ ସେମାନଙ୍କୁ ନଜମା ଖାନମ ଏବଂ ନଜମା ଖାତୁନଙ୍କ ନାମ ପାଇଥିଲେ। ଏହାପରେ ଖାନମଙ୍କ ପରିବାର ଲୋକେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲା ପ୍ରାୟ ୩ ବର୍ଷ ଧରି ବିଚାରାଧୀନ ହୋଇ ରହିବା ପରେ ଡିଏନ୍‌ଏ ଟେଷ୍ଟ ପାଇଁ କୋର୍ଟ ନିର୍ଦ୍ଦେଶ ଦେଲେ। ଟେଷ୍ଟ ରିପୋର୍ଟରୁ ଶିଶୁ ଜଣଙ୍କ ନାଜମା ଖାନମଙ୍କର ବୋଲି ପ୍ରମାଣିତ ହେଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri