Posted inଫୁରସତ

ସନ୍ତାନ ଚିହ୍ନଟ ପାଇଁ ୩ ବର୍ଷ

ଦିସ୍‌ପୁର: ପୁଅ ହେଉ ଅବା ଝିଅ ଘରେ ସନ୍ତାନ ଜନ୍ମ ହେଲେ ପରିବାରରେ ଆନନ୍ଦର ଲହରି ଖେଳିଯାଏ। କିନ୍ତୁ ଏହି ଆନନ୍ଦକୁ ଅନୁଭବ କରିବା ପାଇଁ ନାଜମା ଖାନମଏବଂ ତାଙ୍କ ପରିବାରକୁ ୩ ବର୍ଷ ଅପେକ୍ଷା କରିବାକୁ ପଡ଼ିଛି। ଆସାମ ବରାପେଟା ସରକାରୀ ଡାକ୍ତରଖାନାରେ ୨୦୧୯ ମେ’୩ ତାରିଖରେ ସମାନ ନାମ୍ନୀ ନଜମା ଖାନମ ଏବଂ ନଜମା ଖାତୁନ ଦୁଇଟି ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ପ୍ରସବ ପରେ ଖାନମଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବା କାରଣରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବାବେଳେ ନବଜାତକୁ ନ୍ୟୁବର୍ନ କେୟାରରେ ରଖାଯାଇଥିଲା। କିଛି ସମୟ ପରେ ଯେତେବେଳେ ଖାନମଙ୍କ ଚେତା ଫେରିଥିଲା ସେତେବେଳେ ଡାକ୍ତରଖାନା କର୍ତ୍ତୃପକ୍ଷ ମୃତ ଶିଶୁକୁ ତାଙ୍କୁ ଦେଇଥିଲେ। ତେବେ ଖାନମ କି ତାଙ୍କ ପରିବାର ଏହାକୁ ସହଜରେ ବିଶ୍ୱାସ କରିପାରି ନ ଥିଲେ। ଡାକ୍ତରଖାନାରେ ଅଭିଯୋଗ କରିଥିଲେ ମଧ୍ୟ ସେମାନେ ଏହାକୁ ଖଣ୍ଡନ କରିଥିଲେ। ପରବର୍ତ୍ତୀ ସମୟରେ ଖାନମଙ୍କ ପରିବାର ସେହି ଗୋଟିଏ ଦିନରେ ପ୍ରସବ କରିଥିବା ମହିଳାଙ୍କ ସୂଚୀ ଦେଖିଥିଲେ। ଯେଉଁଥିରେ ସେମାନଙ୍କୁ ନଜମା ଖାନମ ଏବଂ ନଜମା ଖାତୁନଙ୍କ ନାମ ପାଇଥିଲେ। ଏହାପରେ ଖାନମଙ୍କ ପରିବାର ଲୋକେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାମଲା ପ୍ରାୟ ୩ ବର୍ଷ ଧରି ବିଚାରାଧୀନ ହୋଇ ରହିବା ପରେ ଡିଏନ୍‌ଏ ଟେଷ୍ଟ ପାଇଁ କୋର୍ଟ ନିର୍ଦ୍ଦେଶ ଦେଲେ। ଟେଷ୍ଟ ରିପୋର୍ଟରୁ ଶିଶୁ ଜଣଙ୍କ ନାଜମା ଖାନମଙ୍କର ବୋଲି ପ୍ରମାଣିତ ହେଲା।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri