୩ ବର୍ଷ ବିତିଲା, ମିଳିଲାନି ଶ୍ରମିକଙ୍କ ପାଉଣା

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମକରି ବର୍ଷ ବର୍ଷ ବିତିଯାଇଥିଲେ ମଧ୍ୟ ଶ୍ରମିକଙ୍କୁ ପାଉଣା ମିଳୁନାହିଁ। କୋମନା ବ୍ଲକ୍‌ ସିଲଭା ପଞ୍ଚାୟତ ପଟପରପାଲି ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଗ୍ରାମରେ ଜଙ୍ଗଲ ସୁରକ୍ଷା ସହ ମାଟିକ୍ଷୟ ରୋକିବା ପାଇଁ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଟେଞ୍ଜ କମ୍‌ ବୋଡିଂ (ଟିସିବି) କାମ ଚାଲିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ପଟପରପାଲି ଗାଁର ସେନମୁଣ୍ଡା ପ୍ୟାଚ୍‌ (ଟିସିବି) ନାଳ ଖୋଦା କାମରେ ଶହେରୁ ଊର୍ଦ୍ଧ୍ୱ ଶ୍ରମିକ ନିୟୋଜିତ ହୋଇଥିଲେ। ମାଟି କାମ କରିଥିବା ତୁଳସୀ ଶବର, ଚାହାଦେଈ ଶବର, ପାର୍ବତୀ ଶବର, ରାମବତି ଶବର, ଗୋମତି ଶବର, ପବିତ୍ର ଶବର, ପ୍ରଭୁଲାଲ ଶବର, ଦୁର୍ଯ୍ୟନ ଶବର, ଶଶି ଶବର, ଗୋପୀନାଥ ଶବର ପ୍ରମୁଖ ଶତାଧିକ ଶ୍ରମିକ ୩ବର୍ଷ ପରେ ବି ପାଉଣା ପାଇନାହାନ୍ତି। ଏ ନେଇ ସେମାନେ ପଞ୍ଚାୟତକୁ ଯାଉଥିଲେ ମଧ୍ୟ ବ୍ୟାଙ୍କ ଖାତାରେ ଟଙ୍କା ପଡ଼ିଯାଇଛି ବୋଲି କୁହାଯାଉଛି। ହେଲେ ବ୍ୟାଙ୍କଖାତା ଯାଞ୍ଚ ପରେ ଟଙ୍କା ପଡ଼ି ନ ଥିବା ଦେଖି ଶ୍ରମିକମାନେ ନିରାଶ ହୋଇ ଘରକୁ ଫେରିଆସୁଛନ୍ତି ା ଏଣେ ପରିବାର ପ୍ରତିପୋଷଣ କଷ୍ଟହେବାରୁ ପଟପରପାଲି ଗାଁର ପବିତ୍ର ଶବର, ସୁବାସ ଶବର, ପ୍ରଭୁଲାଲ ଶବର, ଭିତେଶ୍ୱର ଶବର, ତୋଷନ ଶବର, ସନାତନ ଶବର, ରାଜ ଶବର ସମେତ ୩୫ରୁ ୪୦ ଜଣ ଦାଦନ ଯିବାକୁ ବାଧ୍ୟ ହୋଇଥିଲେ। ଜିଲା ପ୍ରଶାସନ ପକ୍ଷରୁ ଦାଦନ ମୁକ୍ତ କରିବା ପାଇଁ ଗାଁ ଗାଁରେ ପ୍ରବାସୀ ଶ୍ରମିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ହେଲେ ଏହି ଘଟଣାକୁ ଦେଖିଲେ ଏହା ଏକ ପ୍ରହସନ ବୋଲି ଚର୍ଚ୍ଚା ହେଉଛି। ସେମାନଙ୍କ ପ୍ରାପ୍ୟ ଶୀଘ୍ର ପ୍ରଦାନ କରିବା ପାଇଁ ଶ୍ରମିକମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଜିଲାପାଳ ମଧୁସୂଦନ ଦାଶଙ୍କୁ ପଚାରିବାରୁ ସେ ଜିଲାରେ ୧୦ ମାସ ହେବ ଯୋଗ ଦେଇଛନ୍ତି ା ଗତ ୩ ବର୍ଷର ଘଟଣା ବିଷୟରେ ବିଶେଷ କିଛି ଜଣାନାହିଁ। ଘଟଣାର ତଦନ୍ତ କରିବା ପାଇଁ ଏକ ଟିମ୍‌ ଗଠନ କରାଯିବ। ତଦନ୍ତରୁ ସତ୍ୟାସତ୍ୟ ଜଣାପଡ଼ିଲା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଶ୍ରମିକମାନଙ୍କ ପାଉଣା ପ୍ରଦାନ କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri