୩ ବର୍ଷ ବିତିଲା, ମିଳିଲାନି ଶ୍ରମିକଙ୍କ ପାଉଣା

ନୂଆପଡ଼ା,୧୭ା୬ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମକରି ବର୍ଷ ବର୍ଷ ବିତିଯାଇଥିଲେ ମଧ୍ୟ ଶ୍ରମିକଙ୍କୁ ପାଉଣା ମିଳୁନାହିଁ। କୋମନା ବ୍ଲକ୍‌ ସିଲଭା ପଞ୍ଚାୟତ ପଟପରପାଲି ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଗ୍ରାମରେ ଜଙ୍ଗଲ ସୁରକ୍ଷା ସହ ମାଟିକ୍ଷୟ ରୋକିବା ପାଇଁ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ଟେଞ୍ଜ କମ୍‌ ବୋଡିଂ (ଟିସିବି) କାମ ଚାଲିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ପଟପରପାଲି ଗାଁର ସେନମୁଣ୍ଡା ପ୍ୟାଚ୍‌ (ଟିସିବି) ନାଳ ଖୋଦା କାମରେ ଶହେରୁ ଊର୍ଦ୍ଧ୍ୱ ଶ୍ରମିକ ନିୟୋଜିତ ହୋଇଥିଲେ। ମାଟି କାମ କରିଥିବା ତୁଳସୀ ଶବର, ଚାହାଦେଈ ଶବର, ପାର୍ବତୀ ଶବର, ରାମବତି ଶବର, ଗୋମତି ଶବର, ପବିତ୍ର ଶବର, ପ୍ରଭୁଲାଲ ଶବର, ଦୁର୍ଯ୍ୟନ ଶବର, ଶଶି ଶବର, ଗୋପୀନାଥ ଶବର ପ୍ରମୁଖ ଶତାଧିକ ଶ୍ରମିକ ୩ବର୍ଷ ପରେ ବି ପାଉଣା ପାଇନାହାନ୍ତି। ଏ ନେଇ ସେମାନେ ପଞ୍ଚାୟତକୁ ଯାଉଥିଲେ ମଧ୍ୟ ବ୍ୟାଙ୍କ ଖାତାରେ ଟଙ୍କା ପଡ଼ିଯାଇଛି ବୋଲି କୁହାଯାଉଛି। ହେଲେ ବ୍ୟାଙ୍କଖାତା ଯାଞ୍ଚ ପରେ ଟଙ୍କା ପଡ଼ି ନ ଥିବା ଦେଖି ଶ୍ରମିକମାନେ ନିରାଶ ହୋଇ ଘରକୁ ଫେରିଆସୁଛନ୍ତି ା ଏଣେ ପରିବାର ପ୍ରତିପୋଷଣ କଷ୍ଟହେବାରୁ ପଟପରପାଲି ଗାଁର ପବିତ୍ର ଶବର, ସୁବାସ ଶବର, ପ୍ରଭୁଲାଲ ଶବର, ଭିତେଶ୍ୱର ଶବର, ତୋଷନ ଶବର, ସନାତନ ଶବର, ରାଜ ଶବର ସମେତ ୩୫ରୁ ୪୦ ଜଣ ଦାଦନ ଯିବାକୁ ବାଧ୍ୟ ହୋଇଥିଲେ। ଜିଲା ପ୍ରଶାସନ ପକ୍ଷରୁ ଦାଦନ ମୁକ୍ତ କରିବା ପାଇଁ ଗାଁ ଗାଁରେ ପ୍ରବାସୀ ଶ୍ରମିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ହେଲେ ଏହି ଘଟଣାକୁ ଦେଖିଲେ ଏହା ଏକ ପ୍ରହସନ ବୋଲି ଚର୍ଚ୍ଚା ହେଉଛି। ସେମାନଙ୍କ ପ୍ରାପ୍ୟ ଶୀଘ୍ର ପ୍ରଦାନ କରିବା ପାଇଁ ଶ୍ରମିକମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଜିଲାପାଳ ମଧୁସୂଦନ ଦାଶଙ୍କୁ ପଚାରିବାରୁ ସେ ଜିଲାରେ ୧୦ ମାସ ହେବ ଯୋଗ ଦେଇଛନ୍ତି ା ଗତ ୩ ବର୍ଷର ଘଟଣା ବିଷୟରେ ବିଶେଷ କିଛି ଜଣାନାହିଁ। ଘଟଣାର ତଦନ୍ତ କରିବା ପାଇଁ ଏକ ଟିମ୍‌ ଗଠନ କରାଯିବ। ତଦନ୍ତରୁ ସତ୍ୟାସତ୍ୟ ଜଣାପଡ଼ିଲା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଶ୍ରମିକମାନଙ୍କ ପାଉଣା ପ୍ରଦାନ କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri