ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ

କଣ୍ଟାମାଳ,୯।୯( ଆଦିତେଶ୍ୱର ମିଶ୍ର): ବୌଦ୍ଧ ଜିଲା କଣ୍ଟାମାଳ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧୀଶ ସତ୍ୟ ନାରାୟଣ ଦାସ ଏକ ବାଘ ଛାଲ ଚେରା ଚାଲାଣ ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୩ ବର୍ଷ କାରାଦଣ୍ଡ ଦେବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଛନ୍ତି।

ମାମଲାରୁ ପ୍ରକାଶ ଯେ, ଗତ ୨୦୨୧ ଏପ୍ରିଲ ମାସରେ ମନମୁଣ୍ଡା- କଣ୍ଟାମାଳ ରାସ୍ତାର ଜାଲପାଲି ଛକଠାରେ ଏକ ବାଘ ଛାଲ ଚୋରା ଚାଲାଣ ହେଉଥିବା ଖବର ପାଇ ଭୁବନେଶ୍ୱର ସ୍ପେଶାଲ ଟାସ୍କ ଫୋର୍ସ ପକ୍ଷରୁ ଚଢାଉ କରାଯାଇଥିଲା। ମନମୁଣ୍ଡା ଥାନା ବାଦଳଗୁଡା ଗ୍ରାମର ମହେନ୍ଦ୍ର ଭୋଇନା ଏକ ବାଘ ଛାଲ ଧରି ରାସ୍ତାକଡରେ ଠିଆ ହୋଇଥିବା ବେଳେ ଏସଟିଏଫ କର୍ମଚାରୀ ଚଢାଉ କରି ତାଙ୍କ ପାଖରୁ ବାଘ ଛାଲ ଜବତ କରିଥିଲେ । ଏହି ଘଟଣାରେ ତାଙ୍କୁ ଗିରଫ କରାଯାଇଥିଲା। ପରେ ଏକ ମାମଲା ରୁଜୁ କରାଯାଇ ବିଚାର ପାଇଁ କୋର୍ଟକୁ ପଠାଯାଇଥିଲା। ଅନ୍ୟପକ୍ଷରେ ଏସ୍‌ଟିଏଫ ପକ୍ଷରୁ ବାଘ ଛାଲକୁ ପରୀକ୍ଷା ପାଇଁ ଡେରାଡୁନ ପଠାଯାଇଥିଲା। ପରବର୍ତ୍ତୀ ସମୟରେ ମାମଲା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଦଣ୍ଡାଧୀଶଙ୍କ ଅଦାଲତରେ ସିଟି ନଂ.୮୮/୨୧ ହୋଇ ବିଚାର ହୋଇଥିଲା । ମାମଲାରେ ସରକାରଙ୍କ ପକ୍ଷରୁ ୭ ଜଣ ସାକ୍ଷୀଙ୍କ ବୟାନ ଓ ବାଘ ଛାଲ ପରୀକ୍ଷାକୁ ନେଇ ପ୍ରମାଣ ଥିବାରୁ ଅଭିଯୁକ୍ତ ମହେନ୍ଦ୍ରଙ୍କୁ ଦଣ୍ଡାଧୀଶ ୩ ବର୍ଷ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜରିମାନା ଦେବାକୁ ଆଦେଶ ପ୍ରଦାନ କରିଛନ୍ତି  । ଜରିମାନା ଅନାଦେୟ ହେଲେ ଆଉ ଅଧିକ ୬ ମାସ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ମାମଲାକୁ ସରକାରୀ ଓକିଲ ସାଇରଞ୍ଜନ ମହାନନ୍ଦିଆ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରେମ ସପ୍ତାହ…ଆଜି ରୋଜ୍‌ ଡେ’

ଭୁବନେଶ୍ୱର,୭/୨ (ସୌମ୍ୟରଞ୍ଜନ ରାଉତ):ଫେବୃଆରୀ ୧୪, ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଓ ପ୍ରେମୀଯୁଗଳଙ୍କ ପାଇଁ ଖାସ୍‌ ଦିନଟିଏ। ଅନ୍ୟମାନଙ୍କ ପାଇଁ ହୁଏତ ଏହି ଦିନଟି ସାଧାରଣ, ହେଲେ ପ୍ରେମୀମାନଙ୍କ…

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri