୨ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ୍‌

କେନ୍ଦୁଝର,୧୦ା୫(ସ୍ବ.ପ୍ର.): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଏକ ଦୁର୍ନୀତି ମାମଲରେ ବିଚାର କରି ସହକାରୀ ଯନ୍ତ୍ରୀ ଶଙ୍କର୍ଷଣ ବେହେରା ଓ କନିଷ୍ଠ ଯନ୍ତ୍ରୀ ଅଶୋକ କୁମାର କରଙ୍କୁ ୩ ବର୍ଷ ଜେଲ୍‌ ଏବଂ ୩ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ୨ ମାସ ଅଧିକ ଦଣ୍ଡ ଆଦେଶ କରିଛନ୍ତି। ଏହି ଦୁଇ ଯନ୍ତ୍ରୀ ଆନନ୍ଦପୁର ବ୍ଲକରେ କାମ କରୁଥିଲେ। ୨୦୦୪-୨୦୦୫ ମସିହାର ଏକ ଅସମ୍ପୂର୍ଣ୍ଣ ଘରକୁ ସମ୍ପୂର୍ଣ୍ଣ କରିବା ପାଇଁ ବିଧାୟକ ପାଣ୍ଠିର ୧ ଲକ୍ଷ ଟଙ୍କା ଅନୁଦାନ ମିଳିଥିଲା। ଏହି କାମ ମଦନମୋହନ ମିଶ୍ର ନାମକ ଜଣେ ଠିକାଦାରଙ୍କ ଜରିଆରେ କରାଯାଇଥିଲା। ତେବେ କାମ ନ ହୋଇ ସମ୍ପୂର୍ଣ୍ଣ ହୋଇଥିବା ଦର୍ଶାଇ ଏହି ଦୁଇ ଯନ୍ତ୍ରୀ ମାପଚୁପ କରିବା ସହ ବିଲ୍‌ ପୈଠ କରିଥିଲେ। ଏ ନେଇ ଭିଜିଲାନ୍ସ ପକ୍ଷରୁ ୧୦ା୪ା୨୦୦୭ରେ ଏକ ଦୁର୍ନୀତି ମାମଲା ରୁଜୁ ହୋଇଥିଲା। ୩୪ଜଣ ସାକ୍ଷୀଙ୍କ ବୟାନ ଓ ତଦନ୍ତ ରିପୋର୍ଟକୁ ଭିତ୍ତିକରି ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ରଶ୍ମିତା ଦଳେଇ ଉଭୟ ଯନ୍ତ୍ରୀଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ବୋଲି ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଦେବଦତ୍ତ ବିଶ୍ୱାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri