ଆୟବର୍ହିଭୁତ ସମ୍ପତ୍ତି ଠୁଳ ମାମଲା: ତତ୍କାଳୀନ ଆରଟିଓଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର,୨୯।୭(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ଭିଜିଲାନ୍ସ ଜଜ ଅରୁଣ କୁମାର ସାହୁ ସୋମବାର ଏକ ଆୟବର୍ହିଭୁତ ସମ୍ପତ୍ତି ଠୁଳ ମାମଲାର ଚୂଡାନ୍ତ ରାୟ ୨୨ବର୍ଷ ପରେ ପ୍ରକାଶ ପାଇଛି। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ସେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ କଳାହାଣ୍ଡି ଜିଲା ଭବାନୀପାଟଣାର ତତ୍କାଳୀନ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ) ପ୍ରଫୁଲ କୁମାର ସାହୁ। ଜଜ ଅଭିଯୁକ୍ତକୁ ୩ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ୨୦୦୨ରେ ଉକ୍ତ ଆରଟିଓ ୫ ଗୋଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢଉ କରି ପୁଳାପୁଳା ଟଙ୍କା ଓ ସୁନାଗହଣା ଥିବା ଆକଳନ କରିଥିଲା। ତାଙ୍କ ଆୟବର୍ହିଭୁତ ସମ୍ପତ୍ତିର ଆରଟିଓ ସଠିକ ତଥ୍ୟ ଭିଜିଲାନ୍ସ ନିକଟରେ ଦାଖଲ କରିପାରି ନ ଥିଲେ।ତାଙ୍କ ବିରୋଧରେ ୨୧/୨୦୦୨ରେ ମାମଲା ରୁଜୁ ହୋଇଥିଲା। ସୋମବାର ଜଜ ଉକ୍ତ ମାମଲାର ଶୁଣାଣି କରି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସୁରେନ୍ଦ୍ର ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri