ଇଣ୍ଟରନେଟ କାଟିଲେ ଜରିମାନା ସହ ୩ ବର୍ଷ ଜେଲ ଦଣ୍ଡ, ସରକାରଙ୍କ ନୂଆ ନିୟମ…

ନୂଆଦିଲ୍ଲୀ,୨୧।୧୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପ୍ରତ୍ୟେକ ଉପଭୋକ୍ତାଙ୍କୁ ଇଣ୍ଟରନେଟ ଯୋଗାଇବାକୁ ଚାହୁଁଛନ୍ତି। ଏଥିପାଇଁ ମୋଦି ସରକାର ପ୍ରତ୍ୟେକ ଗାଁକୁ ଇଣ୍ଟରନେଟ ସହିତ ସଂଯୋଗ କରୁଛନ୍ତି। ଏହା ବ୍ୟତୀତ ପ୍ରତ୍ୟେକ ପଞ୍ଚାୟତ ପର୍ଯ୍ୟନ୍ତ ଅପ୍ଟିକାଲ ଫାଇବର କେବୁଲ ବିଛାଯାଉଛି। ଯେଉଁମାନେ ଏହି ଡିଜିଟାଲ ସେବାକୁ କ୍ଷତି ପହଞ୍ଚାଉଛନ୍ତି ସେମାନଙ୍କ ପ୍ରତି କଠୋର ପଦକ୍ଷେପ ନେବାକୁ ସରକାର ନୂଆ ଆଇନ ଆଣିଛନ୍ତି। ସାଧାରଣତଃ ଦେଖାଯାଏ ଭାରତରେ ବିଭିନ୍ନ ଆନ୍ଦୋଳନ ସମୟରେ ସରକାରୀ ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଥାଏ। କିନ୍ତୁ ଏବେ ଏପରି କଲେ ଚେଲ ଦଣ୍ଡ ଭୋଗିବାକୁ ପଡିବ ।

ଟେଲିକମ ବିଲ ୨୦୨୩ରେ କେନ୍ଦ୍ର ସରକାର ନୂତନ ବ୍ୟବସ୍ଥା ଯୋଡିଛନ୍ତି, ଯାହା ଅନୁଯାୟୀ ଯଦି ଜଣେ ବ୍ୟକ୍ତି ମୋବାଇଲ ସଂଯୋଗ ତାର ଏବଂ ଅପ୍ଟିକାଲ ଫାଇବର ଭଳି ଡିଜିଟାଲ ଭିତ୍ତିଭୂମି କାଟନ୍ତି କିମ୍ବା ଆନ୍ଦୋଳନ ଏବଂ ଦଙ୍ଗା ସମୟରେ ମୋବାଇଲ ଟାୱାରକୁ ନଷ୍ଟ କରି ଇଣ୍ଟରନେଟ ବ୍ୟାହତ କରନ୍ତି, ତେବେ ତାଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ । ଏଥିସହ ଯଦି ସେ ଦୋଷୀ ପ୍ରମାଣିତ ହୁଅନ୍ତି ତେବେ ତାଙ୍କୁ ଜରିମାନା ସହିତ ୩ ବର୍ଷ ଜେଲ ପଠାଯାଇପାରିବ।

ଭାରତନେଟ ଯୋଜନା ଅନ୍ତର୍ଗତ ସରକାର ଏପର୍ଯ୍ୟନ୍ତ ୧.୯୪ ଲକ୍ଷ ଗ୍ରାମକୁ ସଂଯୋଗ କରିଛନ୍ତି। ଏହି ଯୋଜନାରେ ୧,୩୯,୫୭୯ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଗତ କିଛି ବର୍ଷ ମଧ୍ୟରେ ମୋଦି ସରକାର ଡିଜିଟାଲ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ଅନେକ ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

ପାଇଲଟ ସ୍ମିତଙ୍କୁ ମିଳିବ ବିଶିଷ୍ଟ ଗୁଜରାଟ ଗରିମା ସମ୍ମାନ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗାନ୍ଧିନଗର,୧।୧୦: ଗୁଜରାଟ ସରକାର ସାହସୀ ପାଇଲଟ ସ୍ମିତ ମଚ୍ଛାରଙ୍କ ପାଇଁ ରାଜ୍ୟ ପୁରସ୍କାର ଘୋଷଣା କରିଛନ୍ତି। ତାଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସୋମନାଥ ମନ୍ଦିରରେ ବିଶେଷ ପ୍ରାର୍ଥନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?