ଇବ୍‌ ନଦୀରେ ଭାସିଗଲେ ୩ ଯୁବକ, ଜଣେ ଉଦ୍ଧାର, ୨ ନିଖୋଜ

ସୁନ୍ଦରଗଡ଼,୪ା୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଇବ୍‌ ନଦୀର କନାକୁଣ୍ଡ ଘାଟରେ ପୁଣି ଘଟିଛି ଅଘଟଣ। ବୁଧବାର ଏଠାକୁ ଆସି ଥିବା ୩ଜଣ ଯୁବକ ଗାଧୋଉଥିବା ବେଳେ ଅପରାହ୍ନରେ ନଦୀ ପାଣିରେ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣକୁ ସ୍ଥାନୀୟ ଅଗ୍ନିଶମ ବିଭାଗ ଓ ଗ୍ରାମବାସୀ ପହଞ୍ଚି ଉଦ୍ଧାର କରିଥିବା ବେଳେ ଅନ୍ୟ ଦୁଇ ଜଣ ଯୁବକ ବର୍ତ୍ତମାନ ସୁଦ୍ଧା ନିଖୋଜ ଅଛନ୍ତି। ଉଦ୍ଧାର ହୋଇଥିବା ଯୁବକଙ୍କ ନାମ ସତିଶ କୁମାର ଗୁପ୍ତା(୨୬)। ନିଖୋଜ ଥିବା ଦୁଇ ଯୁବକଙ୍କ ନାମ ଚୂଡାମଣି ମେହେର(୨୬)ଓ ମୁକେଶ ମେହେର(୧୭)। ଏମାନଙ୍କ ଘର ଝାରସୁଗୁଡା ଜିଲା ବୁରୋମାଲ ଗ୍ରାମରେ।

ସୂଚନାନୁଯାୟୀ, ବୁରୋମାଲ ଗ୍ରାମର ପ୍ରାୟ ୨୫ଜଣ ଯୁବକ ଏଠାକୁ ପିକ୍‌ନିକ୍‌ ପାଇଁ ଆସିଥିଲେ। ଅପରାହ୍ନ ୩ଟାରେ ଏମାନଙ୍କ ମଧ୍ୟରୁ ଏହି ତିନି ଜଣ ଯୁବକ ଇବ୍‌ ନଦୀରେ ଗାଧୋଉଥିବା ବେଳେ ପ୍ରଥମେ ମୁକେଶ ପାଣିର ପ୍ରଖର ସ୍ରୋତରେ ଭାସିଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ସତୀଶ ଓ ଚୂଡ଼ାମଣି ମଧ୍ୟ ଭାସିଯାଇଥିଲେ। ସଙ୍ଗେ ସଙ୍ଗେ ସ୍ଥାନୀୟ ଗ୍ରାମବାସୀ ପହଞ୍ଚି ଅଗ୍ନିଶମ ବିଭାଗ ଓ ତଳସରା ଥାନା ପୋଲିସକୁ ଖବର ଦେଇଥିଲେ। ତଳସରା ଥାନା ଆଇଆଇସି ଶ୍ରଦ୍ଧାଞ୍ଜଳି ସୁବୁଦ୍ଧି ସଦଳବଳ ପହଞ୍ଚି ଅଗ୍ନିଶମ ବିଭାଗ କର୍ମଚାରୀମାନଙ୍କ ସହାୟତାରେ ନିଖୋଜ ଯୁବକଙ୍କୁ ଖୋଜାଖୋଜି ପାଇଁ ସର୍ଚ୍ଚ ଅପରେଶନ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri