୧.୧ ଲକ୍ଷ ହିତାଧିକାରୀଙ୍କୁ ଦିଆଗଲା ୩୦.୩ କୋଟି

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ରାଜ୍ୟର ୧୧୪ ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ୱ ବ୍ୟବସାୟୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିପୂର୍ବରୁ ମାର୍ଚ୍ଚ ୨୦୨୦ ଏବଂ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ ସହାୟତା ଦିଆଯାଇଥିଲା। ରାଜ୍ୟର ବଜାର ସୁବିଧା ପାଇଁ ‘ମୁକ୍ତା’ ଯୋଜନାରେ ୮୭ଟି ସହରାଞ୍ଚଳରେ ଭେଣ୍ଡିଂ ଜୋନ୍‌ ନିର୍ମାଣ ହେବ। ଏଥିରେ ୬୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ପଥପାର୍ଶ୍ୱ ବିକ୍ରେତାଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, କୋଭିଡ୍‌ ସମସ୍ତଙ୍କ ଜୀବିକା ଉପରେ ପ୍ରଭାବ ପକାଇଛି। ଏହି କଷ୍ଟକୁ ଅନୁଭବ କରିହେଉଛି। ସରକାର ସର୍ବଦା କ୍ଷୁଦ୍ର ବ୍ୟବସାୟୀଙ୍କ ସାଥିରେ ରହିଛନ୍ତି। ସହରାଞ୍ଚଳ ଅର୍ଥନୀତିରେ ପଥପାର୍ଶ୍ୱ ବିକ୍ରେତା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ବଡ଼ ମଲ୍‌, ଦୋକାନ ଥିବା ସତ୍ତ୍ବେ ପଥପ୍ରାନ୍ତ ବିକ୍ରେତାଙ୍କ ଗୁରୁତ୍ୱ ରହିଛି। ଏହି ସହାୟତା ସେମାନଙ୍କ ଜୀବିକାକୁ ସୁରକ୍ଷା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି କରୋନା ଭୟ ସମ୍ପୂର୍ଣ୍ଣ ଯାଇ ନ ଥିବାରୁ ସର୍ବାଧିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି। କାର୍ଯ୍ୟକ୍ରମରେ ଯୋଗଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଲେ, ମୁଖ୍ୟମନ୍ତ୍ରୀ ହେଉଛନ୍ତି ଗରିବଙ୍କ ମନର କଥା ବୁଝୁଥିବା ଜଣେ ଜନନେତା। ଅଭିନବ ଉପାୟରେ ସେ ସମସ୍ତଙ୍କୁ ସବୁ ସମୟରେ ସହାୟତା ଯୋଗାଇ ଆସିଛନ୍ତି। ମନ୍ତ୍ରୀ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା, ଘର ମରାମତି ସହାୟତା ସହିତ ରାଜ୍ୟର ଅନେକ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ।
ଭୁବନେଶ୍ବରର ପଥପ୍ରାନ୍ତ ବ୍ୟବସାୟୀ ଅକ୍ଷୟ ମହାନ୍ତି, ରାଉରକେଲାର କୃଷ୍ଣଚନ୍ଦ୍ର ମୁଖାର୍ଜୀ, ସମ୍ବଲପୁରର ରବିନାରାୟଣ ପ୍ରଧାନ, କଟକର ଶ୍ରୀଧର ରାୟ, ବ୍ରହ୍ମପୁରରୁ ଟୁନି ବେହେରା କହିଲେ, ଲକ୍‌ଡାଉନ୍‌ ହେବାପରେ ଆର୍ଥିକ ଅବସ୍ଥା ଶୋଚନୀୟ ହୋଇଯାଇଥିଲା। ମୁଖ୍ୟମନ୍ତ୍ରୀ ସେମାନଙ୍କ ଦୁଃଖ ବୁଝି ତୃତୀୟ ଥର ସହଯୋଗର ହାତ ବଢ଼ାଇଛନ୍ତି। ସେଥିପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘଜୀବନ କାମନା କରିଥିଲେ। ୫-ଟି ସଚିବ
ଭି.କେ. ପାଣ୍ଡିଆନ୍‌ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି. ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିଲେ। ପୌର ପ୍ରଶାସନ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରୀ ଅଶୋକ ପଣ୍ଡା, ବିଧାୟକ ସୁଶାନ୍ତ ରାଉତ, ଅନନ୍ତ ଜେନାଙ୍କ ସମେତ ବିଭିନ୍ନ ମହାନଗର ନିଗମ କମିଶନର, ଜିଲାପାଳ, ପୌରାଞ୍ଚଳ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?