୧୫୪ ବର୍ଷରେ ବ୍ରହ୍ମପୁର ପୌରସଂସ୍ଥା

୧୮୬୭ ମସିହାର କଥା। ସେ ସମୟରେ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା ଗଞ୍ଜାମ ଜିଲା। ସେହିବର୍ଷ ପ୍ରତିଷ୍ଠିତ ହୋଇଥିଲା ବ୍ରହ୍ମପୁର ପୌରସଂସ୍ଥା। ୧୫୪ ବର୍ଷର ଏହି ସ୍ବାୟତ୍ତ ଶାସନ ସଂସ୍ଥା ୧୨ ବର୍ଷ ତଳେ ମହାନଗର ନିଗମରେ ପରିଣତ ହୋଇଛି। ଅତୀତରେ ୨୭ ୱାର୍ଡକୁ ନେଇ ଗଠିତ ଏହି ପୌରସଂସ୍ଥା ଏବେ ୪୦ ୱାର୍ଡକୁ ବୃଦ୍ଧି ପାଇଛି। ବରିଷ୍ଠ ରାଜନେତା ସ୍ବର୍ଗତ ବୃନ୍ଦାବନ ନାୟକ, ସ୍ବର୍ଗତ ବିନାୟକ ଆଚାର୍ଯ୍ୟ, ବିଶିଷ୍ଟ ଆଇନଜୀବୀ ସ୍ବର୍ଗତ ବସନ୍ତ କୁମାର ପାଣିଗ୍ରାହୀ, ସ୍ବାଧୀନତା ସଂଗ୍ରାମୀ ଆଇ.ରାମମୂର୍ତ୍ତି ଓ ଅନ୍ୟମାନେ ନଗରପାଳ ଭାବେ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବର୍ତ୍ତମାନର ବିଜେଡି ଏମପି ଚନ୍ଦ୍ରଶେଖର ସାହୁ ପୌରସଂସ୍ଥାର ଦୁଇଥର ନଗରପାଳ ହେବା ସହ ସହରର ବିକାଶ ପାଇଁ କେତେକ ପଦକ୍ଷେପ ନେଇଥିଲେ।
୨୦୦୮ ନିର୍ବାଚନ ବେଳେ ୱାର୍ଡ ସଂଖ୍ୟା ୩୭କୁ ବଢ଼ିଥିଲା। ବିଜେଡିରୁ ନିର୍ବାଚିତ ଶିବ ଶଙ୍କର ଦାସ ନଗରପାଳ ହୋଇଥିଲେ। ସେହିବର୍ଷ ଡିସେମ୍ବର ଶେଷରେ ସରକାର ଏହାକୁ ମହାନଗର ନିଗମର ମାନ୍ୟତା ଦେଇଥିଲେ। ୨୦୧୩ ପୌରନିର୍ବାଚନରେ ୱାର୍ଡ ସଂଖ୍ୟା ୪୦ ହୋଇଥିଲା। ମେୟର ପଦ ଓବିସି ମହିଳାଙ୍କ ପାଇଁ ସଂରକ୍ଷିତ ଥିବାରୁ ବିଜେଡିରୁ କେ.ମାଧବୀ ପ୍ରଥମ ନିର୍ବାଚିତ ମହିଳା ମେୟର ହୋଇଥିଲେ। ୨୦୧୮ ଅକ୍ଟୋବର ୧ରୁ ମହାନଗର ନିଗମରେ ଗଞ୍ଜାମ ଜିଲାପାଳ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱରେ ଅଛନ୍ତି।
-ନରସିଂହ ସାହୁ


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି: ଭୁଲରେ ବି କରନ୍ତୁ ନି ଏପରି…

ଭୁବନେଶ୍ୱର,୩୦।୧୨: ମଙ୍ଗଳବାର ଏବଂ ବୁଧବାର ଦୁଇଦିନ ଗାଡ଼ି ଚେକିଂ କଡ଼ାକଡ଼ି କରାଯିବ। ଏ ନେଇ ସବୁ RTOଙ୍କୁ ପରିବହନ କମିଶନର ଚିଠି ଲେଖିଛନ୍ତି। ମଦ ପିଇ...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri