୩୦ ଏକର ଜଙ୍ଗଲ ପୋଡ଼ିଗଲା

କୋଣାର୍କ,୨୨।୨(ଡି.ଏନ୍‌.ଏ): କୋଣାର୍କ ବାଲୁଖଣ୍ଡ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କରମଙ୍ଗା ଇଡିସିରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୩୦ ଏକର ଜଙ୍ଗଲରେ ଥିବା ବହୁ ଝାଉଁ, ଆକାଶିଆ, କାଜୁଗଛ ପୋଡ଼ିଯାଇଛି। ତେବେ ନିଅଁା ଲାଗିବାର କାରଣ ସ୍ପଷ୍ଟ ହୋଇପାରିନାହିଁ।
ସୂଚନା ଅନୁଯାୟୀ, ଅପରାହ୍ନରେ କରମଙ୍ଗା ଇଡିସିରେ ନିଆଁ ଲାଗିଯାଇଥିଲା। ଗଛଲତାଗୁଡ଼ିକ ହୁହୁ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କଠାରୁ ଖବର ପାଇ ଗୋପ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ସିଗାରେଟ କିମ୍ବା ପର୍ଯ୍ୟଟକଙ୍କ ଭୋଜିରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷରେ ଏ ନେଇ କୋଣାର୍କ ବନ୍ୟପ୍ରାଣୀ ବନାଞ୍ଚଳ ଅଧିକାରୀ ବେଣୁଧର ବେହେରା କହିଛନ୍ତି, କୌଣସି କାରଣରୁ ଜଙ୍ଗଲର କିଛିଅଂଶରେ ନିଆଁ ଲାଗିଯାଇଥିଲା। ତେବେ ବିଶେଷ କିଛି କ୍ଷୟକ୍ଷତି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

ତେନ୍ଦୁଲକର, ରୋହିତଙ୍କୁ ପଛରେ ପକାଇଲେ ବିରାଟ! ଟପ୍‌-୫ ବ୍ୟାଟରଙ୍କ ତାଲିକା ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୪।୯: ଭାରତ-ୱେଷ୍ଟଇଣ୍ଡିଜ ମଧ୍ୟରେ ୨୭ ସେପ୍ଟେମ୍ବରରୁ ଆରମ୍ଭ ହେବ ୩ ମ୍ୟାଚର ରୋମାଞ୍ଚକର ଦିନିକିଆ ସିରିଜ। କ୍ୟାରିବିୟାନ ଦଳ ବିପକ୍ଷରେ ଭାରତ ମଇଦାନକୁ ଓହ୍ଲାଇଲେ ପ୍ରଶଂସକଙ୍କ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?