ମୁନିସିପେଣ୍ଠ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କଲେ ଆନ୍ଧ୍ରର ୩୦ ବିଡ଼ିଓ

ଛତ୍ରପୁର,୨୭।୩(ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆନ୍ଧ୍ରପ୍ରଦେଶ ରାଜ୍ୟରୁ ୩୦ ଜଣିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପରିଦର୍ଶନ କରିଛନ୍ତି। ଉପସ୍ଥିତ ଥିବା ଅତିଥିଙ୍କ ମଧ୍ୟରୁ ମୁଖ୍ୟ ପରିଚାଳନା ଦାୟିତ୍ୱରେ ଛତ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ସମ୍ବିତ୍‌ ସଂଗ୍ରାମଜିତ ସାହୁ ଏବଂ ସ୍ବାସ୍ଥ୍ୟ କ୍ଷେତ୍ରରେ ଅନ୍ୟାନ୍ୟ ପରିଦଷ୍ଟା ପାଇଁ ଡା. ସ୍ବାଧୀନ ରଥ, ବ୍ଲକ ପବ୍ଲିକ ହେଲଥ ଅଫିସର, ଏସଏଆରଡ଼ିରୁ ଆସିଥିବା ଭୁବନେଶ୍ୱର ଅଫିସିଆଲ ଷ୍ଟାଫ ତାହା ସହିତ ଗ୍ରାମ ପଞ୍ଚାୟତର ସରପଞ୍ଚ ନିରଞ୍ଜନ ପ୍ରଧାନ, ସମିତ ସଭ୍ୟ ଶମ୍ଭୁନାଥ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।
ପୋଟଲାମପୁର ଗ୍ରାମପଞ୍ଚାୟତକୁ ଜାତୀୟସ୍ତରରେ ସୁସ୍ଥ ଗ୍ରାମପଞ୍ଚୟତ ରୂପରେ ବିବେଚିତ ହୋଇଥିବା କାରଣରୁ ତାଙ୍କ ପରିଦର୍ଶନରେ ସମସ୍ତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗର ସମସ୍ତ ଉପରଖିତ ପରଦର୍ଶିକ ଉପରେ ରଥ ନିଜର ସମୂହ ବିବରଣୀ ପ୍ରଦାନ କରିଥିଲେ ଏବଂ ତାଙ୍କ ସହିତ ଗ୍ରାମସଭା ବୈଠକ, ଗ୍ରାମ ସଫା ଓ ପରିଚ୍ଛନ୍ନ ଏବଂ ଗ୍ରାମ ପଞ୍ଚାୟତର ସମସ୍ତ କାର୍ଯ୍ୟକ୍ରମ ପାଇଁ ଛତ୍ରପୁର ବିଡ଼ିଓ ଶ୍ରୀ ସାହୁ ଏହି ବିଷୟରେ ଆଲୋକପାତ କରିଥିଲେ। ସେମାନେ ଏହି ପରିଦର୍ଶନ କଲା ପରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତଥା ସ୍ବାସ୍ଥ୍ୟବାନ ପଞ୍ଚାୟତର ସମସ୍ତ କର୍ଯ୍ୟକମକୁ ଦେଖିବା ପରେ ନିଜ ତରଫରୁ ବହୁତ୍‌ ଖୁସି ହୋଇଥିଲେ। ତେଣୁ ଏହା ଆମ ପଞ୍ଚାୟତର ଗୋଟେ ଗର୍ବ ଆଉ ଗୌରବ ବୋଲି ଡା. ସ୍ବାଧୀନ ରଥ ଏବଂ ବିଡ଼ିଓ ଶ୍ରୀ ସାହୁ ପରିପ୍ରକାଶ କରିଛନ୍ତି ।
ସିଡ଼ିପିଓ ପ୍ରଣମିତା ପଣ୍ଡା, ବିପିଏମ ସୀମାଞ୍ଚଳ ପ୍ରଧାନ, ପିଏଚଇଓ ବରୁଣ କୁମାର ପାଣିଗ୍ରାହୀ, ନାୟନିକ ପଣ୍ଡା, ଶର୍ମିଷ୍ଠା ଦାସ, ସୁଚିସ୍ମିତା ବେହେରା ଏବଂ ମେଡିକାଲର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ପରେ ଅତିଥିମାନେ ତାରାତାରିଣୀ ମନ୍ଦିର ପରିଦର୍ଶନ କରିବାର ବ୍ୟବସ୍ଥା କରାଯାଇଥିଲା । ସତ୍ୟ ପ୍ରସାଦ ବିଡିଓ, କାକିନାଡା ସ୍ବତନ୍ତ୍ର ରୂପେ ଡାକ୍ଟର ରଥଙ୍କୁ ପ୍ରଶଂସା କରିଥିଲେ ଏବଂ ଆଗାମୀ ଦିନରେ ସ୍ବାସ୍ଥ୍ୟ କ୍ଷେତ୍ରରେ ଉପଲବ୍ଧି ପାଇଁ ଆନ୍ଧ୍ର ପ୍ରଦେଶର କାର୍ଯ୍ୟକ୍ରମରେ ଅତିଥି ରୂପେ ନିମନ୍ତ୍ରଣ ସହ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?