ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଅତର୍କିତ ଚଢ଼ାଉ କରି ୩୦ ବୋତଲ ବିଦେଶୀ ମଦ ଜବତ କରିବା ସହ ଦୋକାନୀ ବଳରାମ ସାହୁଙ୍କୁ ଗିରଫ କରି ବୁଧବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି।

ସୂଚନା ଯୋଗ୍ୟ ଯେ, ବୁଧବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ବ୍ରହ୍ମପୁର ଅବକାରୀ ଷ୍ଟ୍ରାଇକିଂ ଫୋର୍ସ ଇନ୍ସପେକ୍ଟର ମୋହନ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍ ଦିଗପହଣ୍ଡି ବ୍ଲକ ଚୌଧୁରୀଟିକରପଡ଼ା, ଭ୍ରମରପୁର ଓ ଢେପାପେଣ୍ଠ ପ୍ରଭୃତି ଗ୍ରାମରେ ପାଟ୍ରୋଲିଂ କରୁଥିଲେ। ଏହି ଟିମ୍‌ରେ ଏସ.ଆଇ ଅରୁଣ ଭୋଇ, ଏଏସଆଇ ଭୁବନି ବେହେରା, କନେଷ୍ଟବଳ ଜି. କ୍ରିଷ୍ଣା ରାଓ, ପଦ୍ମାବତୀ ସେଠୀ, ସ୍ୱୟମ୍ଭୁ କଅଁର, ସୁଧାକର ଶବର, କେ. ଗୋପାଳ ରେଡ୍ଡୀ, ଅନିଲ ବେହେରା ଓ କୃଷ୍ଣ ଗୌଡ଼ ପ୍ରମୁଖ ସାମିଲ ଥିଲେ।

ପାଟ୍ରୋଲିଂ ସମୟରେ ଢେପାପେଣ୍ଠ ଗ୍ରାମର ବଳରାମ ସାହୁ ନିଜ ଫାଷ୍ଟଫୁଡ୍ ଦୋକାନରେ ବେଆଇନ ଭାବେ ବିନା ଲାଇସେନ୍ସରେ ବିଦେଶୀ ମଦ ବିକ୍ରି କରୁଥିବା ନେଇ ଅବକାରୀ ଟିମ୍‌କୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଖବର ପାଇ ଅବକାରୀ ଟିମ୍ ତୁରନ୍ତ ଉକ୍ତ ଦୋକାନରେ ଅତର୍କିତ ଚଢ଼ାଉ କରି ବିକ୍ରି ପାଇଁ ମହଜୁଦ ଥିବା ୩୦ ବୋତଲ ବିଦେଶୀ ମଦ ଜବତ କରିଥିଲେ।

ଘଟଣାସ୍ଥଳରେ ଅବକାରୀ ବିଭାଗ ପକ୍ଷରୁ ଜବତ ତାଲିକା ପ୍ରସ୍ତୁତ କରାଯିବା ସହ କେସ୍ ନଂ ୬୧/୨୬-୨୭ ଅନୁଯାୟୀ ମାମଲା ରୁଜୁ କରାଯାଇ ଅଭିଯୁକ୍ତ ବଳରାମଙ୍କୁ ଗିରଫ କରାଯାଇଥିବା ନେଇ ଇନ୍ସପେକ୍ଟର ମୋହନ ପ୍ରଧାନ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?