କୋରାପୁଟରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି

କୋରାପୁଟ,୨୫ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୩୦ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଓ ୯ ଜଣ ମହିଳା ରହିଛନ୍ତି। ଜିଲାରେ ଚିହ୍ନଟ ୩୦ ଜଣଙ୍କ ମଧ୍ୟରେ ଟିଏମ୍‌ସି କ୍ୱାରାଣ୍ଟାଇନ୍‌ରୁ ୪ ଜଣ, ଘରୋଇ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଏବଂ ପୂର୍ବ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସି ୨୨ ଜଣ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ କୋରାପୁଟ ମ୍ୟୁନିସିପାଲିଟିରୁ ୯, ଫାୟାର ଷ୍ଟେଶନ ଅଞ୍ଚଳରୁ ୫, ରାମନଗର ଅଞ୍ଚଳରୁ ଜଣେ , ଓଏମ୍‌ପି କଲୋନୀରୁ ୨ ଜଣ, ରେଲୱେ କଲୋନୀରୁ ଜଣେ ଓ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରୁ ଜଣେ। ସେହିପରି ଜୟପୁର ମ୍ୟୁନିସିପାଲିଟିରୁ ୭ଜଣ, ଭୁପତି ସାହିରୁ ୨ଜଣ, ଇରିଗେସନ କଲୋନୀ ଅଞ୍ଚଳରୁ ୨ , ପିଆର ପେଟାରୁ ଜଣେ, ଜୟନଗରରୁ ଜଣେ, ନିଳାଦ୍ରୀବିହାରରୁ ଜଣେ, ସୁନାବେଡ଼ା ମ୍ୟୁନିସିପାଲିଟିରୁ ଜଣେ, କୋରାପୁଟ ବ୍ଲକରୁ ୨, ଲକ୍ଷ୍ମୀପୁର ବ୍ଲକରୁ ୬, ଲମତାପୁଟ ବ୍ଲକରୁ ଜଣେ, ନାରାୟଣପାଟଣା ବ୍ଲକରୁ ୪ ଜଣ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ଆନ୍ଧ୍ର ଫେରନ୍ତା, ଜଣେ ବାଙ୍ଗାଲୋର ଫେରନ୍ତା, ଜଣେ ମହାରାଷ୍ଟ୍ର ଫେରନ୍ତା, ୨ଜଣ ଭୁବେନେଶ୍ୱର ଫେରନ୍ତା ରହିଥିବାବେଳେ ୨୨ ଜଣ ସ୍ଥାନୀୟ ସଂକ୍ରମିତ। ଚିହ୍ନଟ ପଜିଟିଭ୍‌ଙ୍କ ମଧ୍ୟରେ ଜଣେ ସ୍ବାସ୍ଥ୍ୟ କର୍ମଚାରୀ(ଜିଏନ୍‌ଏମ୍‌) ମଧ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri