ଭିତରକନିକାରେ ୩୦ କୁମ୍ଭୀର ବସା ଚିହ୍ନଟ

ରାଜନଗର, ୧୧ା୬(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ନଦୀ, ନାଳଗୁଡିକରେ ବାସ କରୁଥିବା ବଉଳା କୁମ୍ଭୀରଙ୍କ ୩୦ଟି ବସା ଶୁକ୍ରବାର ଚିହ୍ନଟ କରାଯାଇଛି। ଭିତରକନିକା ଫରେଷ୍ଟ ବ୍ଲକ, ଡାଙ୍ଗମାଳ ଫରେଷ୍ଟ ବ୍ଲକ ଓ କୁମ୍ଭୀର ପ୍ରଜନନ କେନ୍ଦ୍ରରେ ୨୫ଟି ବସା ଚିହ୍ନଟ ସରିଛି। ଏଥିସହ ରାଜନଗର ରେଞ୍ଜ ଅଞ୍ଚଳରେ ୫ଟି ବସା ଚିହ୍ନଟ ହୋଇଥିବା ଜଣାପଡିଛି। ଟିମ୍‌ ଗଠନ କରି ଜଙ୍ଗଲ ମଧ୍ୟରେ କୁମ୍ଭୀର ବସା ଚିହ୍ନଟ ପ୍ରକ୍ରିୟା ଜାରି ରହିଛି। ପ୍ରତିବର୍ଷ ମେ ୧ରୁ ଜୁଲାଇ ୩୧ ତାରିଖ ଯାଏ ଦୀର୍ଘ ୩ ମାସ ଧରି ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଜାରି ରହିଥାଏ। ମା’ କୁମ୍ଭୀରମାନେ ବସା କରି ଅଣ୍ଡା ଦେବା ସହ ଅଣ୍ଡାରୁ ଛୁଆ ଫୁଟାଇଥାନ୍ତି। ମା’ କୁମ୍ଭୀର ଅନ୍ତଃସତ୍ତ୍ୱା ହେବା ପରେ ଅଣ୍ଡା ଦେବାକୁ ନିରାପଦ ସ୍ଥାନ ଖୋଜିଥାଏ। ନାଳଠାରୁ ଟିକେ ଉଚ୍ଚା ସ୍ଥାନରେ ଯେପରି ଜୁଆର ସମୟରେ ବସା ଭାସି ନ ଯାଏ ସେହିପରି ନିରାପଦ ସ୍ଥାନକୁ ବାଛିଥାଏ। ଖରଖରି ପତ୍ର ଓ କାଟିକୁଟାକୁ ମା’ କୁମ୍ଭୀର ସଂଗ୍ରହ କରି ଦେଢରୁ ୨ ଫୁଟ ଉଚ୍ଚର ଗଦା କରିଥାଏ। ଏହି ଗଦା ଉପରେ ମା’ କୁମ୍ଭୀର ଅଣ୍ଡା ଦେବା ପରେ ତା’ ଉପରେ ପୁଣି ପତ୍ର ଓ କାଠି କୁଟା ଘୋଡାଇ ରଖିଥାଏ। ପ୍ରତ୍ୟେକ ମା’ କୁମ୍ଭୀର ୪୦ ରୁ ୫୦ଟି ପର୍ଯ୍ୟନ୍ତ ଅଣ୍ଡା ଦେଇଥାନ୍ତି। ଅଣ୍ଡା ଦେବାର ୭୫ଦିନ ମଧ୍ୟରେ ଅଣ୍ଡାରୁ ଛୁଆ ବାହାରିଥାଏ। ସବୁଠୁ ବଡକଥା ହେଲା କୁମ୍ଭୀର ଅଣ୍ଡା ଦେବା ପରେ ବସା ଉପରେ, ବସା ପାଖରେ କିମ୍ବା ୫ ରୁ ୧୦ ଫୁଟ ଦୂରତା ମଧ୍ୟରେ ବସାକୁ ଜଗି ରହିଥାଏ। ଏହି ସମୟରେ କୁମ୍ଭୀରମାନେ ଅତ୍ୟଧିକ ହିଂସ୍ର ହୋଇ ଉଠିଥାନ୍ତି। ଏଥିପାଇଁ ବନ ବିଭାଗ ପକ୍ଷରୁ ପ୍ରତିବର୍ଷ ମେ ୧ରୁ ଜୁଲାଇ ୩୧ ଯାଏ ୩ ମାସ ଧରି ଭିତରକନିକାକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ। ଡାଙ୍ଗମାଳ ରେଞ୍ଜ କାର୍ଯ୍ୟାଳୟ ଅଞ୍ଚଳରେ ୭ଟି ବସା ଚିହ୍ନଟ ହୋଇଛି। ଚିନ୍ତାମଣି ମହାନ୍ତି କ୍ରିକ୍‌ ଅଞ୍ଚଳରେ ଅଧିକ କୁମ୍ଭୀର ବସା ଦେଇଥିବା ଜଣାପଡିଛି। ରାଜନଗର ରେଞ୍ଜର ବରୁଣେଇରେ ୧ ଓ ଗୁପ୍ତିରେ ୪ଟି କୁମ୍ଭୀର ବସା ଆଜିଯାଏ ଚିହ୍ନଟ ହୋଇଛି। ଜୁଲାଇ ୧୫ ତାରିଖ ଯାଏ ଏହି ବସା ଚିହ୍ନଟ ପ୍ରକ୍ରିୟା ଚାଲିବ ବୋଲି ବନ ବିଭାଗ ସୂତ୍ରରୁ ଜଣାପଡିଛି। ୧୯୭୦ରେ ଏକ ଅନୁଧ୍ୟାନରେ ଭାରତରେ କୁମ୍ଭୀରମାନଙ୍କ ସଂଖ୍ୟା ନଗଣ୍ୟ ବୋଲି ଜଣାପଡିଥିଲା। ପରେ କେନ୍ଦ୍ର ସରକାର ମିଳିତ ଜାତିସଂଘର କୃଷି ଓ ଖାଦ୍ୟ ସଂସ୍ଥାର ସହାୟତାରେ କୁମ୍ଭୀର ବଂଶ ବୃଦ୍ଧି ପାଇଁ ଯୋଜନା ଆରମ୍ଭ କରିଥିଲେ। ରାଜନଗରରେ ପ୍ରଥମେ ୩୪ଟି ପରିପକ୍ୱ କୁମ୍ଭୀର ସହ ୯୬ଟି ବଉଳା କୁମ୍ଭୀରକୁ ନେଇ ଆରମ୍ଭ ହୋଇଥିବା ଏହି ସଂଖ୍ୟା ଏବେ ୧୭୮୪ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri