ସମୁଦ୍ର କୂଳରେ ଭାସୁଛି ୩୦ ମୃତଦେହ

ରୋମ,୨୬ା୨: ଇଟାଲୀର କାଲାବ୍ରିୟାର ଦକ୍ଷିଣ ଉପକୂଳରେ ଏକ  ବଡ଼ଧରଣର ଅଘଟଣ ଘଟିଛି। ରବିବାର ଦକ୍ଷିଣ ଇଟାଲୀର ସମୁଦ୍ର କୂଳରେ ୩୦ ଜଣଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସମସ୍ତେ ବୁଡ଼ିଯାଇ ପ୍ରାଣ ହରାଇଥିବା ଆଶଙ୍କା କରାଯାଉଛି। ଅଧିକାରୀମାନେ ମୃତଦେହ କୂଳ ନିକଟରେ ଭାସୁଥିବା ଦେଖିବାକୁ ପାଇଥିଲେ।

ଏକ ରିପୋର୍ଟରୁ ପ୍ରକାଶ, ଇଟାଲୀର ଦକ୍ଷିଣ ଉପକୂଳରୁ ଏକ ଡଙ୍ଗା ବୁଡ଼ିଯିବା ପରେ ଇଟାଲୀ ତଟରକ୍ଷୀ ବାହିନୀ ପ୍ରାୟ ୩୦ଟି ମୃତଦେହ ଦେଖିଥିଲେ। ବନ୍ଦର ଅଧିକାରୀ କହିଛନ୍ତି, ଡଙ୍ଗାଟି ୧୦୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଯାଉଥିଲା।

ସୂଚନାନୁସାରେ, ପ୍ରାୟ ୪୦ ଜଣ ଜୀବିତ ଥିବା ଜଣାପଡ଼ିଛି। ଉଦ୍ଧାର ଅଧିକାରୀ ଲୁକା କାରୀ କହିଛନ୍ତି, ଉଦ୍ଧାର ହୋଇଥିବା ଲୋକଙ୍କ ମଧ୍ୟରୁ ଅନେକ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର ହୋଇଥିବା ମୃତଦେହ ସଂଖ୍ୟା ୩୦ରେ ପହଞ୍ଚିଛି। ମୃତକମାନଙ୍କ ମଧ୍ୟରେ କିଛି ମାସର ଶିଶୁ ଥିବା ଜଣାପଡ଼ିଛି। ଏହି ଉଦ୍ଧାର କାର୍ଯ୍ୟରେ ତଟରକ୍ଷୀ ବାହିନୀ, ସୀମା ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri