୨୦ ମିନିଟ୍‌ ପବନରେ ୩୦ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା

ଯାଜପୁର ଅଫିସ,୩୧।୩: ଯାଜପୁର ଜିଲା ବ୍ୟାସନଗର ସହରରେ ଗୁରୁବାର ଅପରାହ୍ନ ସାଢେ ୪ଟାରେ ପ୍ରାୟ ୨୦ ମିନିଟ ପବନରେ ୩୦ରୁ ଊଦ୍ଧର୍‌ବ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡିଛି। ୧୯୯୯ ମହାବାତ୍ୟା ଭଳି ପ୍ରବଳ ବେଗରେ ପବନ ବୋହିବାରୁ ସହରର ଛିନଭିନ ହୋଇ ପଡିଛି। ପାଣିପାଗ ବିଭାଗର କୌଣସି ପୁର୍ବାନୁମାନ ନ ଥିବାରୁ ସହରବାସୀ ନାହିଁ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଅନ୍ୟପକ୍ଷେ ବିଦ୍ୟୁତ୍‌ ସରବରାହ ଶୁକ୍ରବାର ସା ପରେ ସ୍ବାଭାବିକ ହେବ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଇଛି। ଏଭଳି ସ୍ଥିତିରେ ସହରବାସୀ ପାଣି ବାଲ୍‌ଟିଏ ପାଇଁ ହଇରାଣ ହେଉଛନ୍ତି ା ପ୍ରବଳ ବେଗରେ ପବନ ବୋହିବା ଯୋଗୁ ସହରର ଦଳାଛକଠାରୁ ଜହ୍ନା ପର୍ଯ୍ୟନ୍ତ ପ୍ରାୟ ୧୦ଟି ବିଦ୍ୟୁତ ଖୁଣ୍ଟ ରାସ୍ତା ଉପରେ ଶୋଇ ପଡିଛି। ଏହି ରାସ୍ତାରେ ଥିବା ରିଲାଏନ୍ସ ଘର ସହ ଅନ୍ୟାନ୍ୟ ଦୋକାନ ଗୃହରେ ଫାଟ ସୃଷ୍ଟି ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଲେଖା ହେବାଯାଏ ଏହି ବ୍ୟସ୍ତବହୁଳ ରାସ୍ତାରେ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଏହାବାଦ୍‌ ଇନ୍ଦିରା ଗାନ୍ଧୀ ମହିଳା କଲେଜ ଓ ଶଙ୍ଖଚିଲା ରାସ୍ତାରେ ପ୍ରାୟ ୧୫ଟି ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଛି। ସହରର ବିଭିନ୍ନ ସ୍ଥାନରେ ୧୦ରୁ ଊଦ୍ଧର୍‌ବ ବିଦ୍ୟୁତ ଖୁଣ୍ଟ ପଡି ଯାଇଛି। ଗୁରୁବାର ଅପରାହ୍ନ ୪ଟା ପୂର୍ବରୁ ପାଗ ଅନୁକୁଳ ଥିଲେ ହେଁ ଦିନସାରା ବିଦ୍ୟୁତ୍‌ ସରବରାହ ପ୍ରାୟ ବନ୍ଦ ଥିଲା। ଏଭଳି ସ୍ଥିତିରେ ୱାଟ୍‌କୋ ପକ୍ଷରୁ ଜଳଯୋଗାଣ ହୋଇ ପାରି ନ ଥିଲା। ଫଳରେ ପ୍ରାୟ ଦେଢ ଲକ୍ଷ ସହରବାସୀ ପାଣି ଅପେକ୍ଷାରେ ରହିଥିଲେ। ତେଣୁ ଶୁକ୍ରବାର ସା ପର୍ଯ୍ୟନ୍ତ ୱାଟ୍‌କୋ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ ନ କଲେ ପରିସ୍ଥିତି ସାଂଘାତିକ ହେବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?