Odisha Elections 2024

୨୦ ମିନିଟ୍‌ ପବନରେ ୩୦ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା

ଯାଜପୁର ଅଫିସ,୩୧।୩: ଯାଜପୁର ଜିଲା ବ୍ୟାସନଗର ସହରରେ ଗୁରୁବାର ଅପରାହ୍ନ ସାଢେ ୪ଟାରେ ପ୍ରାୟ ୨୦ ମିନିଟ ପବନରେ ୩୦ରୁ ଊଦ୍ଧର୍‌ବ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ପଡିଛି। ୧୯୯୯ ମହାବାତ୍ୟା ଭଳି ପ୍ରବଳ ବେଗରେ ପବନ ବୋହିବାରୁ ସହରର ଛିନଭିନ ହୋଇ ପଡିଛି। ପାଣିପାଗ ବିଭାଗର କୌଣସି ପୁର୍ବାନୁମାନ ନ ଥିବାରୁ ସହରବାସୀ ନାହିଁ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଅନ୍ୟପକ୍ଷେ ବିଦ୍ୟୁତ୍‌ ସରବରାହ ଶୁକ୍ରବାର ସା ପରେ ସ୍ବାଭାବିକ ହେବ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଇଛି। ଏଭଳି ସ୍ଥିତିରେ ସହରବାସୀ ପାଣି ବାଲ୍‌ଟିଏ ପାଇଁ ହଇରାଣ ହେଉଛନ୍ତି ା ପ୍ରବଳ ବେଗରେ ପବନ ବୋହିବା ଯୋଗୁ ସହରର ଦଳାଛକଠାରୁ ଜହ୍ନା ପର୍ଯ୍ୟନ୍ତ ପ୍ରାୟ ୧୦ଟି ବିଦ୍ୟୁତ ଖୁଣ୍ଟ ରାସ୍ତା ଉପରେ ଶୋଇ ପଡିଛି। ଏହି ରାସ୍ତାରେ ଥିବା ରିଲାଏନ୍ସ ଘର ସହ ଅନ୍ୟାନ୍ୟ ଦୋକାନ ଗୃହରେ ଫାଟ ସୃଷ୍ଟି ହୋଇଥିବା ସୂଚନା ମିଳିଛି। ରିପୋର୍ଟ ଲେଖା ହେବାଯାଏ ଏହି ବ୍ୟସ୍ତବହୁଳ ରାସ୍ତାରେ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଏହାବାଦ୍‌ ଇନ୍ଦିରା ଗାନ୍ଧୀ ମହିଳା କଲେଜ ଓ ଶଙ୍ଖଚିଲା ରାସ୍ତାରେ ପ୍ରାୟ ୧୫ଟି ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଛି। ସହରର ବିଭିନ୍ନ ସ୍ଥାନରେ ୧୦ରୁ ଊଦ୍ଧର୍‌ବ ବିଦ୍ୟୁତ ଖୁଣ୍ଟ ପଡି ଯାଇଛି। ଗୁରୁବାର ଅପରାହ୍ନ ୪ଟା ପୂର୍ବରୁ ପାଗ ଅନୁକୁଳ ଥିଲେ ହେଁ ଦିନସାରା ବିଦ୍ୟୁତ୍‌ ସରବରାହ ପ୍ରାୟ ବନ୍ଦ ଥିଲା। ଏଭଳି ସ୍ଥିତିରେ ୱାଟ୍‌କୋ ପକ୍ଷରୁ ଜଳଯୋଗାଣ ହୋଇ ପାରି ନ ଥିଲା। ଫଳରେ ପ୍ରାୟ ଦେଢ ଲକ୍ଷ ସହରବାସୀ ପାଣି ଅପେକ୍ଷାରେ ରହିଥିଲେ। ତେଣୁ ଶୁକ୍ରବାର ସା ପର୍ଯ୍ୟନ୍ତ ୱାଟ୍‌କୋ ଟ୍ୟାଙ୍କର ଯୋଗେ ଜଳ ଯୋଗାଣ ନ କଲେ ପରିସ୍ଥିତି ସାଂଘାତିକ ହେବ ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟି ଅତଡ଼ା ଧସି ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

କୋରାପୁଟ,୧୯ା୫(ଅମିତାଭ ବେହେରା): କୋରାପୁଟ ଜିଲାର ଦଶମନ୍ତପୁର ବ୍ଲକର ଲାଠିଗୁଡ଼ା ଗ୍ରାମ ନିକଟରେ ଏକ ପାହାଡ଼ରୁ ମାଟି ଅତଡ଼ା ଧସି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ...

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା କଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୧୯ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ସରଦାପୁର ବ୍ରିଜ୍‌ ପାଖରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକଙ୍କ ନାଁ ପ୍ରଶାନ୍ତ ଜେନା(୨୩)।...

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା...

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri