ମେଣ୍ଢା ଫାର୍ମଠାରେ ୩୦ ଟିକିଆ ହାତୀପଲ: ଲୋକେ ଆତଙ୍କିତ

ବଲାଙ୍ଗିର,୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ସଇଁତଳା ରେଞ୍ଜ ଅନ୍ତର୍ଗତ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମଠାରେ ଗତରାତିରୁ ୩୦ ଟିକିଆ ହାତୀପଲ ଆସି ଅଛନ୍ତି। ଦେଓଗାଁ ଅଞ୍ଚଳର ଆଖପାଖ ଗ୍ରାମରେ ଲୋକେ ଭୟରେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଗତ ତିନିଦିନ ହେଲା ସଇଁତଳା ରେଞ୍ଜ ଅଞ୍ଚଳରେ ବୁଲୁଥିବା ୩୦ଟିକିଆ ହାତୀପଲ। ଏବେ ଆସି ପହଞ୍ଚିଛନ୍ତି ଦେଓଗାଁ ବଙ୍ଗଳା ନିକଟ ମେଣ୍ଢା ଫାର୍ମ ଠାରେ l ଲୋକଙ୍କ ଚାଷ ଜମିରେ ହାତୀ ପଲ ଚାଲି ଚାଲି ଯାଉଥିବାରୁ ଫସଲକୁ ମାଡ଼ି ଚାଷ ଜମିକୁ ଦଳି ନଷ୍ଟ କରିଦେଉଛନ୍ତି l ଅନ୍ୟପଟେ ହାତୀଙ୍କ ଗତିବିଧି ଉପରେ ବନ ବିଭାଗର ନଜର ରଖିଥିବା ଜଣାପଡ଼ିଛି।
କଳାହାଣ୍ଡିରୁ ତେଲନଦୀ ପାର ହୋଇ ସଇଁତଳା ରେଞ୍ଜର ଘୁମସର ଅଞ୍ଚଳରେ ପ୍ରଥମେ ପଶିଥିଲା ୩୦ ଟିକିଆ ହାତୀପଲ। ତିନିଦିନ ହେଲା ଏହି ହାତୀପଲ ବିଭିନ୍ନ ଅଞ୍ଚଳରେ ଘୁରି ବୁଲୁଛନ୍ତି। ଏବେ ଦେଓଗାଁ ବଙ୍ଗଳା ମେଣ୍ଢା ଫାର୍ମ ଅଞ୍ଚଳରେ ଡେରା ପକାଇଛନ୍ତି ହାତୀପଲ। ହାତୀ ଗାଁ ନିକଟରେ ଥିବାରୁ ମେଣ୍ଢା ଫାର୍ମରେ ରହୁଥିବା ପରିବାର ଓ ନିକଟବର୍ତ୍ତି ଗ୍ରାମ ହାତିସରା ଗାଁର ଲୋକେ ହାତୀ ଯୋଗୁଁ ଭୟରେ ରାତି ସାରା ଶୋଇ ନ ଥିବା ଜଣାପଡ଼ିଛି। କେତେବେଳେ ହାତୀପଲ ଗାଁ ଭିତରକୁ ପଶିଯିବେ ତାକୁ ନେଇ ଚିନ୍ତା ବଢ଼ିଛି। ଏପଟେ ହାତୀଙ୍କ ଉପଦ୍ରବ ଯୋଗୁ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ସଇଁତଳା ଓ ଦେଓଗାଁ ବନବିଭାଗ ହାତୀପଲର ଗତିବିଧି ଉପରେ ନଜର ରଖିଥିବା କୁହାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?