Posted inଜାତୀୟ

କେଜରିଓ୍ବାଲଙ୍କ ବିରୋଧରେ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଲେ ୩୦ ପୂର୍ବତନ ଆଇପିଏସ୍‌ ଅଫିସର…

ନୂଆଦିଲ୍ଲୀ, ୨୦।୯ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ସଂଯୋଜକ ଅରବିନ୍ଦ କେଜରିଓ୍ବାଲଙ୍କ ବିରୋଧରେ ପୂର୍ବତନ ୩୦ ଜଣ ଆଇପିଏସ ଅଫିସର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି। ଗୁଜରାଟ ଗସ୍ତ ସମୟରେ କେଜରିୱାଳ ଦେଶର ପୋଲିସଙ୍କର ମନୋବଳକୁ ଦୁର୍ବଳ କରିବା ଉଦ୍ଦେଶ୍ୟରେ ପୋଲିସ କର୍ମଚାରୀଙ୍କ ସହ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି।

ବାସ୍ତବରେ, ଏହି ପୂରା ଘଟଣା କେଜରିୱାଲଙ୍କ ଗୁଜରାଟ ଗସ୍ତ ସହିତ ଜଡିତ। ସେ ଅଟୋରେ ଅଟୋ ଡ୍ରାଇଭରଙ୍କ ଘରେ ଖାଦ୍ୟ ଖାଇବାକୁ ଯାଉଥିବାବେଳେ ପୋଲିସ କର୍ମଚାରୀମାନେ ତାଙ୍କ ସୁରକ୍ଷାକୁ ଦୃଷ୍ଟିରୁ ଅଟୋରେ ବସିବାକୁ ବାରଣ କରିଦେଇଥିଲେ। ଏହି ସମୟରେ କେଜରିୱାଲଙ୍କ ମଧ୍ୟ ସେଠାରେ ଥିବା ପୋଲିସ କର୍ମଚାରୀଙ୍କ ସହ ତୀବ୍ର ଯୁକ୍ତିତର୍କ ହୋଇଥିଲା। ସେହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା।

ଅଭିଯୋଗ ହୋଇଛି ଯେ ଏହି ସମୟ ମଧ୍ୟରେ କେଜରିୱାଲ ପୋଲିସଙ୍କ ବିରୋଧରେ କିଛି ଘୃଣ୍ୟ ତଥା ଅସଙ୍ଗତ ମନ୍ତବ୍ୟ ଦେଇଥିଲେ। ଏହି ମନ୍ତବ୍ୟ ପୋଲିସର ମନୋବଳକୁ ଗଭୀର ଆଘାତ ଦେଇଛି। କେଜରିୱାଲ ଦେଶର ରାଜଧାନୀର ମୁଖ୍ୟମନ୍ତ୍ରୀ ହୋଇଥିବାରୁ ପୋଲିସ ତାଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ବାଧ୍ୟ। ଏଭଳି ପରିସ୍ଥିତିରେ, କେବଳ ରାଜନୈତିକ ସ୍ବାର୍ଥ ହାସଲ କରିବା ପାଇଁ କେଜରିୱାଲ ପୋଲିସ ଅଧିକାରୀଙ୍କୁ ଅପମାନିତ କରି ସେମାନଙ୍କ ଦାୟିତ୍ୱ ତୁଲାଇବାରୁ  ସେମାନଙ୍କୁ ଅଟକାଇ ଥିଲେ ଯାହାକି ଅତ୍ୟନ୍ତ ନିରାଶାଜନକ ବୋଲି ଚିଠିରେ ଉଲ୍ଲେଖ କରାଯାଇଛି।

ପଞ୍ଜାବର ପୂର୍ବତନ ମହାନିର୍ଦ୍ଦେଶକ ପି.ସି ଡୋଗ୍ରା, ଉତ୍ତରପ୍ରଦେଶର ପୂର୍ବତନ ମହାନିର୍ଦେଶକ ବିକ୍ରମ ସିଂ, ମହାରାଷ୍ଟ୍ରର ପୂର୍ବତନ ମହାନିର୍ଦ୍ଦେଶକ ପ୍ରବୀଣ ଦୀକ୍ଷିତ, କେରଳର ପୂର୍ବତନ ମହାନିର୍ଦ୍ଦେଶକ ଏମ.ଜି,ରମଣ, ବିହାରର ପୂର୍ବତନ ମହାନିର୍ଦ୍ଦେଶକ ଏସ.କେ. ଭରଦ୍ୱାଜ, ଆନ୍ଧ୍ରପ୍ରଦେଶର ପୂର୍ବତନ ମହାନିର୍ଦ୍ଦେଶକ ଆଲୋକ ଶ୍ରୀବାସ୍ତବ ଆଦି ୩୦ ଜଣ ପୂର୍ବତନ ଆଇପିଏସ ଅଧିକାରୀଙ୍କ ନାମ ଚିଠିରେ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri