Odisha Elections 2024

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପରେ ଆସ୍ଥା ପ୍ରକଟ କରି ଭାଜପାରେ ସାମିଲ ହୋଇଥିବା ସେମାନେ ପ୍ରକାଶ କରିଥିଲେ। ଭାଜପା ଜିଲା ଉପସଭାପତି କମଳାକାନ୍ତ ସୂତାର ଓ ଏନ୍‌ଏସି କୃଷକ ମୋର୍ଚ୍ଚା ସଭାପତି ସନ୍ତୋଷ ବାରିକ ନୂତନ କର୍ମୀମାନଙ୍କୁ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ମିଶ୍ରଣ ପର୍ବରେ କୃଷକ ନେତା ସନ୍ତୋଷ ବାରିକ ଭାଜପାର ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ରଣନୀତି ସମ୍ପର୍କରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ପୂର୍ଣ୍ଣଚନ୍ଦ୍ର ପାଣି, କର୍ଣ୍ଣ ବାରିକ, କିଶୋର ଦ୍ୱିବେଦୀ, ଚଗୁଲୁ ମହାଳିକ, ଯୁବନେତା ଦିଲୀପ ରାଉତ ପ୍ରମୁଖ ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ଶାସନ କିଏ କରିବ, କହିଦେଲେ ଅମିତ ଶାହା

ସମ୍ବଲପୁର,୨୧।୫: ସମ୍ବଲପୁର ଅଇଁଠାପାଲି ପିଏଚ୍‌ଡି ପଡ଼ିଆରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିରାଟ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ଶାହା ବିଜେଡି ଉପରେ...

ଶତାଧିକ କଂଗ୍ରେସ, ଭାଜପା କର୍ମୀ ବିଜେଡିରେ ସାମିଲ

ହାଟଡିହୀ,୨୧l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର କାଠକଟା ପଞ୍ଚାୟତର ଶତାଧିକ କଂଗ୍ରେସ ଏବଂ ଭାଜପା କର୍ମୀ ସୁବ୍ରତ ସାମଲଙ୍କ ତତ୍ୱାବଧାନରେ ବିଜେଡିରେ ସାମିଲ ହୋଇଛନ୍ତି...

ନିର୍ବାଚନ ପାଇଁ ଜମି, ଛେଳି ବିକିଲେ ବିଧାୟକ ପ୍ରାର୍ଥୀ

କେନ୍ଦୁଝର, ୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ରର ବିକାଶ ପାଇଁ ଏଥର ପ୍ରାର୍ଥୀ ହୋଇଛନ୍ତି ଦିବ୍ୟାଙ୍ଗ ଦତ ମୁଣ୍ଡା (୫୩)। ତେବେ...

ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ

ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ...

ବାରିଗାଁରେ ପିଇବା ପାଣି ପାଇଁ ହାହାକାର

କେନ୍ଦୁଝର,୨୧।୫(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଠବାରୀ ପଞ୍ଚାୟତ ବାରିଗାଁରେ ପିଇବା ପାଣି ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି। ଗାଁରେ ବସୁଧା ଯୋଜନାରେ...

ଅରଡ଼େଇ ଜଳ ପ୍ରବାହ ରୋକିବାକୁ ଚକ୍ରାନ୍ତ

କେନ୍ଦୁଝର,୨୧ା୫ (ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝରର ବାରାହାରାଶି ପର୍ବତରୁ ବାହାରିଥିବା ଚିରଶ୍ରୋତା ନଦୀ ଅରଡ଼େଇର ଜଳସ୍ତର ହ୍ରାସ ପାଉଛି। ପୂର୍ବରୁ ସହରର ମଇଳା ଆବର୍ଜନା ଯୁକ୍ତ ପାଣିକୁ...

ଜମୁଛି ତାଳସଜ ବେପାର

ମୋରଡା,୨୧ା୫(ସ୍ମାରକ ମାଜୀ):ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଖରା ତାତିରେ ଲୋକଙ୍କ ପ୍ରଥମ ପସନ୍ଦ ପାଲଟିଛି ଥଣ୍ଡା ଜାତୀୟ ଖାଦ୍ୟ। ମୟୂରଭଞ୍ଜ ଜିଲା...

ଜିଲାରେ ମାନସିକ, ଆର୍ଥିକ ଦଣ୍ଡ ଭୋଗୁଛନ୍ତି ରୋଗୀ

କେନ୍ଦ୍ରାପଡ଼ା, ୨୧ା୫ (ଜଗନ୍ନାଥ ଧଳ):ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ଜିଲା ଭାବେ କେନ୍ଦ୍ରାପଡ଼ାକୁ ଚିହ୍ନଟ କରାଯାଇଛି। କୃଷିଭତ୍ତିକ ଅର୍ଥନୀତିରେ ଏହି ଜିଲା ପରିଚାଳିତ ହେଉଥିବା ବେଳେ ପ୍ରାୟ ୭୦%...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri