ଆଇଟିଆଇରେ ୩୦ଫୁଟ୍‌ର ଭାରତ ମାନଚିତ୍ର ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ,୨।୨: ବ୍ରହ୍ମପୁର ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ) ସହିତ ଯୋଡ଼ି ହୋଇଛି ପୁଣି ଏକ କୀର୍ତ୍ତି ା ଏହାର କ୍ୟାମ୍ପସରେ ଥିବା ଏସିଆର ସର୍ବବୃହତ ସ୍କ୍ରାପ୍‌ ପାର୍କରେ ଅଦରକାରୀ ଲୁହାରେ ୩୦ ଫୁଟ ଉଚ୍ଚତା ବିଶିଷ୍ଟ ଭାରତ ମାନଚିତ୍ରକୁ ସୋମବାର ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶା ଦକ୍ଷତା ବିକାଶ ମିଶନ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଉଦ୍‌ଘାଟନ କରିଛନ୍ତି। ବ୍ରହ୍ମପୁର ଆଇଟିଆଇ ସହ ଯୋଡିହୋଇଛି ଆବେଗର ଭିତ୍ତିଭୂମି। ଏଠାକାର ପରିବେଶ ଓ ଶୈକ୍ଷିକ ବାତାବରଣ ନିଆରା ା ଶାରୀରିକ ଓ ଯାନ୍ତ୍ରିକ ଭିତ୍ତିଭୂମି କରିବା ସହଜ କିନ୍ତୁ ଆବେଗର ଭିତ୍ତିଭୂମି ସୃଷ୍ଟି କରିବା କଷ୍ଟ ବୋଲି ବାଗ୍‌ଚୀ କହିଥିଲେ ା ସେ ଆହୁରି କହିଛନ୍ତି, କ୍ୟାମ୍ପସ ପରିସରରେ ନୂତନ ଭାବେ ନିର୍ମାଣ କରାଯାଇଥିବା ଛାତ୍ରୀ ନିବାସକୁ ଉଦ୍‌ଘାଟନ କରି ମୁଁ ବହୁତ ଖୁସି। କାରଣ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଥିଲା ଆଇଟିଆଇରେ ୩୩ ପ୍ରତିଶତ ଝିଅ ରହିବା ଦରକାର। ଅନ୍ୟ ଅତିଥିଙ୍କ ମଧ୍ୟରେ ସୂଚନା ଓ ଲୋକସର୍ମ୍ପକ ବିଭାଗ କମିଶନର ସଞ୍ଜୟ ସିଂ, ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତ୍ତାତ୍ରେୟ ଭାଇସାହେବ, ଉପଜିଲାପାଳ ଭି.କୀର୍ତ୍ତି ଭାସନ, ମହାନଗର ନିଗମ କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଟାଟା କମ୍ପାନୀ (ସିଏସ୍‌ଆର)ମୁଖ୍ୟ କ୍ୟାପେଟେନ୍‌ ଅମିତାଭ ବଚନ, ଆଇଟିଆଇ ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri