ଖାକିରେ ଲାଗିଲା ଦାଗ: ବ୍ୟବସାୟୀଙ୍କଠାରୁ ୩୦ ଲକ୍ଷ ଲୁଟ୍‌ ଉଦ୍ୟମ, କନ୍‌ଷ୍ଟେବଲଙ୍କ ସମେତ ୨ ଗିରଫ

ପାରଳାଖେମୁଣ୍ଡି ୨୮ା୧ (ଗିରିଧାରୀ ପରିଛା): ୨୦୦୦ ଟଙ୍କିଆ ନୋଟ ବଦଳାଇବାକୁ ମିଥ୍ୟା ପ୍ରଲୋଭନ ଦେଖାଇ ଜଣେ ଆନ୍ଧ୍ର ବ୍ୟବସାୟୀଙ୍କଠାରୁ ୩୦ଲକ୍ଷ ଟଙ୍କା ଲୁଟ୍‌ ଉଦ୍ୟମ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣେ କନଷ୍ଟେବଲଙ୍କ ସହିତ ଆନ୍ଧ୍ରର ଜଣେ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୫ଟି ମୋବାଇଲ ଜବତ କରାଯାଇଛି। ଏଭଳି ଘଟଣା ଘଟିଛି ଗଜପତି ଜିଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ଅଞ୍ଚଳରେ।

ମିଳିଥିବା ସୂଚନା ମୁତାବକ, ପାରଳାଖେମୁଣ୍ଡି ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଲ ତନୁଜ କୁମାର ସାବତ ଓ ଆନ୍ଧ୍ରପ୍ରଦେଶର ପାର୍ବତୀପୁର ଜିଲା ସାଲୁରୁ ଗ୍ରାମର ବିନୋଦ ରାୟପାଲି ବିଶାଖାପାଟଣା ଅଞ୍ଚଳର ବ୍ୟବସାୟୀ ଟି. ନାଗା ରବୀନ୍ଦ୍ରନାଥଙ୍କୁ ୨୦୦୦ଟଙ୍କିଆ ନୋଟ ବଦଳାଇଦେବାକୁ କହିଥିଲେ। ୬୦ଲକ୍ଷ ଟଙ୍କାର ନୋଟ୍‌ ବଦଳାଇଦେଲେ ୩୦ଲକ୍ଷ ଟଙ୍କା ଦେବେ ବୋଲି ରବୀନ୍ଦ୍ରଙ୍କୁ ପ୍ରଲୋଭନ ଦେଖାଇଥିଲେ। ଏଥିରେ ପ୍ରଲୋଭିତ ହୋଇ ରବୀନ୍ଦ୍ର ପାରଳାଖେମୁଣ୍ଡି ନିକଟସ୍ଥ କେରାଣ୍ଡି ଗ୍ରାମ ନିକଟକୁ ୩୦ ଲକ୍ଷ ଟଙ୍କାର ୫୦୦ ଟଙ୍କିଆ ନୋଟ୍‌ ଧରି ଆସିଥିଲେ। ଏହି ସମୟରେ କନଷ୍ଟେବଲ ତନୁଜ ଓ ବିନୋଦ ତାଙ୍କ ହାତରୁ ଟଙ୍କା ବ୍ୟାଗକୁ ଜୋର ଜବରଦସ୍ତ ଛଡ଼ାଇ ନେବା ପାଇଁ ଉଦ୍ୟମ କରିଥିଲେ। ଗ୍ରାମର କିଛି ଯୁବକ ଘଟଣାସ୍ଥଳରେ ପହଞ୍ଚି ଦୁଇ ଅଭିଯୁକ୍ତଙ୍କୁ ଧରି ପାରଳାଖେମୁଣ୍ଡି ଆଦର୍ଶ ଥାନା ଅଧିକାରୀଙ୍କୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ କାବୁ କରିଥିଲା। ବ୍ୟବସାୟୀ ରବୀନ୍ଦ୍ରଙ୍କୁ ପଚରାଉଚରା ପରେ ଘଟଣାର ସତ୍ୟସତ୍ୟ ଜଣାପଡ଼ିଥିଲା। ରବୀନ୍ଦ୍ରଙ୍କ ଅଭିଯୋଗ ଅନୁସାରେ ପୋଲିସ ଏକ ମାମଲା(ନଂ.୨୫/୨୪) ରୁଜୁ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଏସଡିପିଓ ମାଧବ ଚନ୍ଦ୍ର ନାୟକ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏହି ଘଟଣାରେ ଆଉ ୩ଜଣ ମାଷ୍ଟରମାଇଣ୍ଡ ରହିଛନ୍ତି, ସେମାନଙ୍କୁ ଖୁବଶୀଘ୍ର କରାଯିବ। କନଷ୍ଟେବଲ ତନୁଜ ସାବତଙ୍କ ବିରୋଧରେ ପୂର୍ବରୁ ଭିଜିଲାନ୍ସ ଓ ଫୌଜଦାରୀ ମାମଲା ରହିଥିବା ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହଲ୍ଲାଦ ନାଟକ ଗୁରୁ ପଦ୍ମଶ୍ରୀ ସିମାଞ୍ଚଳଙ୍କୁ ଯାଦବ ସମାଜ ପକ୍ଷରୁ ସମ୍ବର୍ଦ୍ଧନା     

ଦିଗପହଣ୍ଡି,୨୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ନାଟକ  ‘ପ୍ରହଲ୍ଲାଦ’ର ଦୈତ୍ୟରାଜ ହିରଣ୍ୟକଶିପୁ ରାଜା ଭୂମିକାରେ ପ୍ରାୟ ୪୦ ବର୍ଷରୁ…

ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ

ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ଭିଜିଲାନ୍ସ ଜାଲରେ ଏସସିବି ମେଡିକାଲର ସହକାରୀ ପ୍ରଫେସର: ୨.୬୩ ଲକ୍ଷ ଟଙ୍କା ଜବତ

କଟକ,୨୯।୧: ଭିଜିଲାନ୍ସ ଜାଲରେ ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

ମିନିବସ୍-ଟ୍ରକ ମଧ୍ୟରେ ଭୟଙ୍କର ଧକ୍କା, ୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୯।୧: ଦକ୍ଷିଣ ଆଫ୍ରିକାରେ ଗୁରୁବାର ଦିନ ପୂର୍ବ କ୍ୱାଜୁଲୁ-ନାଟାଲ ପ୍ରଦେଶର ଡର୍ବାନ ସହର ନିକଟରେ ଏକ ମିନିବସ୍ ଏବଂ ଏକ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି…

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri