ଖାକିରେ ଲାଗିଲା ଦାଗ: ବ୍ୟବସାୟୀଙ୍କଠାରୁ ୩୦ ଲକ୍ଷ ଲୁଟ୍‌ ଉଦ୍ୟମ, କନ୍‌ଷ୍ଟେବଲଙ୍କ ସମେତ ୨ ଗିରଫ

ପାରଳାଖେମୁଣ୍ଡି ୨୮ା୧ (ଗିରିଧାରୀ ପରିଛା): ୨୦୦୦ ଟଙ୍କିଆ ନୋଟ ବଦଳାଇବାକୁ ମିଥ୍ୟା ପ୍ରଲୋଭନ ଦେଖାଇ ଜଣେ ଆନ୍ଧ୍ର ବ୍ୟବସାୟୀଙ୍କଠାରୁ ୩୦ଲକ୍ଷ ଟଙ୍କା ଲୁଟ୍‌ ଉଦ୍ୟମ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣେ କନଷ୍ଟେବଲଙ୍କ ସହିତ ଆନ୍ଧ୍ରର ଜଣେ ଯୁବକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୫ଟି ମୋବାଇଲ ଜବତ କରାଯାଇଛି। ଏଭଳି ଘଟଣା ଘଟିଛି ଗଜପତି ଜିଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ଅଞ୍ଚଳରେ।

ମିଳିଥିବା ସୂଚନା ମୁତାବକ, ପାରଳାଖେମୁଣ୍ଡି ରିଜର୍ଭ ପୋଲିସରେ କାର୍ଯ୍ୟରତ କନଷ୍ଟେବଲ ତନୁଜ କୁମାର ସାବତ ଓ ଆନ୍ଧ୍ରପ୍ରଦେଶର ପାର୍ବତୀପୁର ଜିଲା ସାଲୁରୁ ଗ୍ରାମର ବିନୋଦ ରାୟପାଲି ବିଶାଖାପାଟଣା ଅଞ୍ଚଳର ବ୍ୟବସାୟୀ ଟି. ନାଗା ରବୀନ୍ଦ୍ରନାଥଙ୍କୁ ୨୦୦୦ଟଙ୍କିଆ ନୋଟ ବଦଳାଇଦେବାକୁ କହିଥିଲେ। ୬୦ଲକ୍ଷ ଟଙ୍କାର ନୋଟ୍‌ ବଦଳାଇଦେଲେ ୩୦ଲକ୍ଷ ଟଙ୍କା ଦେବେ ବୋଲି ରବୀନ୍ଦ୍ରଙ୍କୁ ପ୍ରଲୋଭନ ଦେଖାଇଥିଲେ। ଏଥିରେ ପ୍ରଲୋଭିତ ହୋଇ ରବୀନ୍ଦ୍ର ପାରଳାଖେମୁଣ୍ଡି ନିକଟସ୍ଥ କେରାଣ୍ଡି ଗ୍ରାମ ନିକଟକୁ ୩୦ ଲକ୍ଷ ଟଙ୍କାର ୫୦୦ ଟଙ୍କିଆ ନୋଟ୍‌ ଧରି ଆସିଥିଲେ। ଏହି ସମୟରେ କନଷ୍ଟେବଲ ତନୁଜ ଓ ବିନୋଦ ତାଙ୍କ ହାତରୁ ଟଙ୍କା ବ୍ୟାଗକୁ ଜୋର ଜବରଦସ୍ତ ଛଡ଼ାଇ ନେବା ପାଇଁ ଉଦ୍ୟମ କରିଥିଲେ। ଗ୍ରାମର କିଛି ଯୁବକ ଘଟଣାସ୍ଥଳରେ ପହଞ୍ଚି ଦୁଇ ଅଭିଯୁକ୍ତଙ୍କୁ ଧରି ପାରଳାଖେମୁଣ୍ଡି ଆଦର୍ଶ ଥାନା ଅଧିକାରୀଙ୍କୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ କାବୁ କରିଥିଲା। ବ୍ୟବସାୟୀ ରବୀନ୍ଦ୍ରଙ୍କୁ ପଚରାଉଚରା ପରେ ଘଟଣାର ସତ୍ୟସତ୍ୟ ଜଣାପଡ଼ିଥିଲା। ରବୀନ୍ଦ୍ରଙ୍କ ଅଭିଯୋଗ ଅନୁସାରେ ପୋଲିସ ଏକ ମାମଲା(ନଂ.୨୫/୨୪) ରୁଜୁ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଏସଡିପିଓ ମାଧବ ଚନ୍ଦ୍ର ନାୟକ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି। ଏହି ଘଟଣାରେ ଆଉ ୩ଜଣ ମାଷ୍ଟରମାଇଣ୍ଡ ରହିଛନ୍ତି, ସେମାନଙ୍କୁ ଖୁବଶୀଘ୍ର କରାଯିବ। କନଷ୍ଟେବଲ ତନୁଜ ସାବତଙ୍କ ବିରୋଧରେ ପୂର୍ବରୁ ଭିଜିଲାନ୍ସ ଓ ଫୌଜଦାରୀ ମାମଲା ରହିଥିବା ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଶ୍ଚର୍ଯ୍ୟଜନକ ଘଟଣା; ସ୍ୱପ୍ନାଦେଶ ପରେ ମାଟିତଳୁ ମିଳିଲା ମା’ କାଳୀଙ୍କ ମୂର୍ତ୍ତି, ଗାଁ ଲୋକଙ୍କ ପୂଜାର୍ଚ୍ଚନା

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି । ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଘର…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଯଜ୍ଞ କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା; ସିଜେପି (CJP)କହିଲା, ’ଆମେ ସେମାନଙ୍କଠାରୁ ଏଭଳି ନାଟକର…’

ନୂଆଦିଲ୍ଲୀ,୧୭।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଆୟୋଜିତ ‘୧୦୮-କୁଣ୍ଡୀୟ ଯଜ୍ଞ’ରେ ଅଂଶଗ୍ରହଣ କରିଥିଲେ। ଏହି ଘଟଣାକୁ ନେଇ ବର୍ତ୍ତମାନ…

ବ୍ରେକଅପ୍‌ ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ଆକୃତି ଅଗ୍ରୱାଲ, ପୃଥ୍ବୀ ଶ’ଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୧୭।୯: ଟିମ୍‌ ଇଣ୍ଡିଆରୁ ଦୀର୍ଘ ସମୟ ଧରି ଦୂରେ ଥିବା ଭାରତୀୟ ଓପନର ବ୍ୟାଟର ପୃଥ୍ୱୀ ଶ’ଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।…

ମୋଦିଙ୍କ ଜନ୍ମଦିନକୁ ନେଇ କଡ଼ା ସମାଲୋଚନା କଲେ ଭାଇ ବୀରେନ୍ଦ୍ର, କହିଲେ ମୋଦି କୌଣସି ମହାପୁରୁଷ ନୁହେଁ…

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାଜପା ଦ୍ୱାରା ଆୟୋଜିତ ‘ଆଶୀର୍ବାଦ କା ଦିୟା’ (ଆଶୀର୍ବାଦର ଦୀପ) କାର୍ଯ୍ୟକ୍ରମକୁ ନେଇ ଆରଜେଡି (RJD) ବିଧାୟକ ଭାଇ…

ପାର୍ବଣ ପୂର୍ବରୁ ବଡ଼ ଖବର: ଶସ୍ତା ହେବ ଖାଇବା ତେଲ! ଆମଦାନୀ ଶୁଳ୍କ କମାଇବାକୁ ସରକାରଙ୍କ…

ନୂଆଦିଲ୍ଲୀ,୧୭।୯: ଦେଶରେ ବୃଦ୍ଧି ପାଉଥିବା ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ ମଧ୍ୟରେ ସାଧାରଣ ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଆଗାମୀ ପାର୍ବଣ ଋତୁ…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?