୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ: ୬ ଗିରଫ

ଜୟପୁର, ୧୨ା୧୧ (ନି.ପ୍ର./ଡି.ଏନ.ଏ.)-ଜୟପୁର ସଦର ପୋଲିସ ଗୁରୁବାର ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚାଲାଣକାରୀ ର଼୍ୟାକେଟ୍‌ ଉପରେ ଚଢାଉ କରିଛି ା ମାମଲାରେ ବିହାର, ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାର ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାରର ସେନୁ କୁମାର (୧୮), ଆନ୍ଧ୍ର ପ୍ରଦେଶ ବିଶାଖାପାଟଣାର ରାମ ମୁତ୍ତି କିର୍ଶାନି (୨୮), ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗ୍ରାମର ନରହରି ପୂଜାରୀ, ପାଞ୍ଜିଆଗୁଡାର ବିଶ୍ୱନାଥ ପରଜା (୩୯), ନନ୍ଦପୁରର ନରେନ୍ଦ୍ର ବଡନାୟକ (୩୨), ଜୟପୁର ସହର ସାମନ୍ତରା ସାହିର ଲକ୍ଷ୍ମୀକାନ୍ତ ମିଶ୍ର (୨୪)।
ଖବରରୁ ଜଣାପଡିଛି, ଏକ ଗଞ୍ଜେଇ ଚାଲାଣକାରୀ ର଼୍ୟାକେଟ୍‌ ଗଞ୍ଜେଇ ଚାଲାଣ କରୁଥିବା ଖବର ପାଇ ସଦର ଥାନା ଅଧିକାରୀ ଆଦିତ୍ୟ ମହାକୁଡ ସତୀ ନଦୀ ପାଖରେ ଟିମ୍‌ ସହ ଜଗି ରହିଥିଲେ। ଏକ କଳା ରଙ୍ଗର ହୋଣ୍ଡା ସିଟି କାରରେ ଚାଲାଣ ହେଉଥିବା ଗଞ୍ଜେଇକୁ କେତେକ ବାଇକ୍‌ ଆରୋହୀ ସୁରକ୍ଷା ଦେଇ ନେଉଥିବା ବେଳେ ପୋଲିସ ଚଢାଉ କରିଥିଲା। କୋରାପୁଟ ଜିଲା ଜଲାପୁଟରୁ ବିହାରକୁ ଏହି ଗଞ୍ଜେଇ ଚାଲାଣ ହେଉଥିଲା ା ଜବତ ଗଞ୍ଜେଇର ପରିମାଣ ୨କୁଇଣ୍ଟାଲ ୬୯ କେଜି ୫ ଶହ ଗ୍ରାମ ବୋଲି ଜଣାପଡିଛି। ଏହାର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ। ଏଥିସହ ୬ଟି ମୋବାଇଲ, ନମ୍ବରବିହୀନ ହୋଣ୍ଡା ସିଟି କାର, ୩ଟି ବାଇକ୍‌ ଜବତ ହୋଇଛି। ୨୨୨/୨୦ ଏନଡିପିଏସ ଆକ୍ଟରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri