ଓଡ଼ିଶାରେ ୩୦ ମହାବଳ

ଭୁବନେଶ୍ୱର, ୨୭ା୨ (ଅସମାପିକା ସାହୁ):ରାଜ୍ୟରେ ମହାବଳ ବାଘ ସଂଖ୍ୟା ବୃଦ୍ଧି ପାଇଛି। ଏବେ ରାଜ୍ୟରେ ୩୦ଟି ମହାବଳ ରହିଥିବା ସୋମବାର ପ୍ରକାଶିତ ବାଘ ଗଣନା ରିପୋର୍ଟରୁ ଜଣାପଡ଼ିଛି। ଏମାନଙ୍କ ମଧ୍ୟରେ ଏକବର୍ଷରୁ କମ୍‌ ବୟସର ୮ଟି ଶାବକ ରହିଛନ୍ତି। ତେବେ ୨୭ଟି ବାଘକୁ କ୍ୟାମେରା ଟ୍ରାପ୍‌ରେ ଠାବ କରାଯାଇଥିବାବେଳେ ଶିମିଳିପାଳରେ ଆଉ ୩ଟି ବାଘର ଉପସ୍ଥିତି ଥିବା ପ୍ରମାଣ ମିଳିଛି। ଏହି ୩ଟି ବାଘକୁ ମିଶାଇ କେବଳ ଶିମିଳିପାଳରେ ୨୭ଟି ବାଘ ରହିଛନ୍ତି। ଏଥିମଧ୍ୟରୁ ୧୪ଟି ମାଈ ଓ ୧୦ଟି ଅଣ୍ଡିରା ହୋଇଥିବାବେଳେ ବାକି ୩ଟି ସମ୍ପର୍କରେ ତଥ୍ୟ ମିଳିପାରିନାହିଁ। ସେହିଭଳି କେନ୍ଦୁଝର ଟେରିଟୋରିଆଲ ଓ କେନ୍ଦୁଝର ଓ୍ବାଇଲ୍ଡଲାଇଫ୍‌, ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଏବଂ ପାରଳାଖେମୁଣ୍ଡି ଟେରିଟୋରିଆଲରେ ଗୋଟିଏ ଲେଖାଏ ଅଣ୍ଡିରା ବାଘ ଦେଖାଯାଇଛି। ତେବେ କ୍ୟାମେରା ଟ୍ରାପ୍‌ରେ ଠାବ ହୋଇଥିବା ୨୭ ବାଘ ମଧ୍ୟରୁ ୧୪ଟି ମାଈ, ୧୩ଟି ଅଣ୍ଡିରା ବାଘ ରହିଛନ୍ତି। ସେହିଭଳି ୧୩ଟି ମେଲାନିଷ୍ଟିକ ବା କଳାବାଘ ରହିଥିବା ରିପୋର୍ଟରେ ଦର୍ଶାଯାଇଛି। କେବଳ ଶିମିଳିପାଳରେ ଦେଖାଯାଇଥିବା ଏହି ୧୩ଟି କଳାବାଘ ମଧ୍ୟରେ ୭ଟି ମାଈ ଓ ୬ଟି ଅଣ୍ଡିରା ରହିଥିବା ସୂଚନା ଦିଆଯାଇଛି।
ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟର ପ୍ରଥମ ବାଘ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ୮ଟି ବାଘଛୁଆ ସମେତ ମୋଟ ୩୦ଟି ବାଘ ରହିଛନ୍ତି। ୨୦୨୨ରେ ଏହା ୨୦ ଥିଲା, ଯାହା ଏବେ ବୃଦ୍ଧି ପାଇ ୩୦ରେ ପହଞ୍ଚତ୍ଛି। ସେହିଭଳି ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପରେ ୨୭ଟି ବାଘ ରହିଛି। ଆମ ଜାତୀୟ ପ୍ରାଣୀଙ୍କ ପାଇଁ ଉପଯୁକ୍ତ ବାସସ୍ଥାନ ସୃଷ୍ଟି କରିଥିବାରୁ ବନ ବିଭାଗର ପ୍ରୟାସକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୨ରେ ଭାରତ ସରକାରଙ୍କ ପକ୍ଷରୁ ହୋଇଥିବା ବାଘ ଗଣନାରେ ଓଡ଼ିଶାରେ ୧୭ଟି ବାଘ ଥିବା ଜଣାପଡ଼ିଥିଲା।
ତେବେ ରାଜ୍ୟରେ ଅଧିକ ବାଘ ରହିଥିବା ରାଜ୍ୟ ସରକାର ଦାବି କରିବା ସହ ନିଜ ଉଦ୍ୟମରେ ବାଘ ଗଣନା କରିବେ ବୋଲି କହିଥିଲେ। ଏହାପରେ ରାଜ୍ୟ ସରକାର ପ୍ରଥମଥର ପାଇଁ ବାଘ ଗଣନା କରିଥିଲେ। ୨୦୨୩ ଅକ୍ଟୋବର ୧୫ରୁ ଫେବୃଆରୀ ୧୦ ମଧ୍ୟରେ ରାଜ୍ୟର ୪୭ଟି ବନଖଣ୍ଡରେ ଏହି ଗଣନା କରାଯାଇଥିଲା। ମୋଟ ୧,୪୩୨ଟି କ୍ୟାମେରା ଟ୍ରାପ୍‌ ଲଗାଯିବା ସହ ୫୬୭ଟି ଫଟୋ ଉଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri