ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୩୦ ବସ୍‌

ରାଉରକେଲା ଅଫିସ,୭।୧: ଷ୍ଟିଲସିଟି ରାଉରକେଲାରେ ଆଉ ମାତ୍ର ୬ ଦିନ ପରେ ଆରମ୍ଭ ହେବ ହକି ବିଶ୍ୱକପ୍‌। ଏହି ପରିପ୍ରେକ୍ଷୀରେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହରରେ ମୋ ବସ୍‌ ସେବା ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ଟି ନନ୍‌ ଏସି ଓ ୫ଟି ଏସି ବସ୍‌ ଚଳାଚଳ କରାଯାଇଛି। ସହରରେ ମୋ ବସ୍‌ ଗଡ଼ିବା ପରେ ଶୁକ୍ରବାର ଯାତାୟାତ କରିବା ପାଇଁ ବସ୍‌ଷ୍ଟାଣ୍ଡରେ ଭିଡ଼ ଜମିଥିଲା। ଏହି ବସ୍‌ ଚଳାଚଳ ପାଇଁ ମୋ ବସ୍‌ ଆପ୍‌ ଆସିବା ପରେ ସହରବାସୀ ଉକ୍ତ ଆପ୍‌ରୁ କେଉଁ ରୁଟ୍‌ରେ କେଉଁ ବସ୍‌ ଯାଉଛି ଓ ସମୟ ସାରଣୀ ଉପରେ ଅବଗତ ହେଇ ପାରୁଥିବାରୁ ଏହା ବିଶେଷ ଲାଭଦାୟକ ହୋଇଛି। ସହରର ପ୍ରମୁଖ ଛକ ହନୁମାନ ବାଟିକା, ରଘୁନାଥପାଲି, ଆରଜିଏଚ୍‌, ବାସନ୍ତୀ କଲୋନୀ ଛକ ଭଳି ବିଭିନ୍ନ ସ୍ଥାନରେ ମୋ ବସଷ୍ଟାଣ୍ଡ ନିର୍ମାଣ କରାଯାଇଛି। ସେଠାରେ ରୁଟ୍‌ ମ୍ୟାପ୍‌ ସହ ଯାତ୍ରୀଙ୍କ ସ୍ମାର୍ଟଫୋନ ରିଚାର୍ଜ କରିବା ଭଳି ଅତ୍ୟାଧୁନିକ ସୁବିଧା ଉପଲବ୍ଧ ରହିଛି। ସହରରେ ରୁଟ୍‌ ନଂ. ୧୦୦ର ବସ୍‌ଟି ରାଉରକେଲା ନୂଆ ବସ୍‌ଷ୍ଟାଣ୍ଡରୁ ବାହାରି ବିର୍ସାମୁଣ୍ଡା ଷ୍ଟାଡିୟମ ଭାୟା ରିଂରୋଡ୍‌ ହୋଇ ଆଇଜିଏଚ୍‌, ସେକ୍ଟର, ବିପିୟୁଟି ଯାଉଛି। ରୁଟ୍‌ ନଂ. ୧୦୩ ବସ୍‌ ଉଦିତନଗର ହୋଇ ବାସନ୍ତୀ କଲୋନୀ, ହନୁମାନ ବାଟିକା, ଛେଣ୍ଡ କଲୋନୀ ଦେଇ ଯାଉଛି । ରୁଟ୍‌ ନଂ. ୧୦୭ ବସ୍‌ ରାଉରକେଲା ନୂଆ ବସଷ୍ଟାଣ୍ଡ ଭାୟା ବନ୍ଧମୁଣ୍ଡା ଦେଇ ବିର୍ସା ଯାଉଛି। ଏ ନେଇ ଆରଏମ୍‌ସି ଉପଆୟୁକ୍ତ ସୁଧାଂଶୁ ଶେଖର ଭୋଇଙ୍କୁ ପଚାରିବାରୁ ସେ କହିଥିଲେ, ରାଉରକେଲାରେ ମୋ ବସ୍‌ର ଚାହିଦାକୁ ଦୃଷ୍ଟିରେ ରଖି ଦ୍ୱିତୀୟ ପର୍ଯ୍ୟାୟରେ ପୁଣି ୩୦ଟି ବସ୍‌ ଆସିବାର ଅଛି। ରାଉରକେଲା ସହର ପାଇଁ ମୁଖ୍ୟତଃ ଶହେଟି ବସ୍‌ ବ୍ୟବସ୍ଥା କରାଯାଇଥିବା ବେଳେ ବର୍ତ୍ତମାନ ସମସ୍ତ ବସ୍‌ ରହଣି ବ୍ୟବସ୍ଥା ରାଉରକେଲା ବସ୍‌ଷ୍ଟାଣ୍ଡରେ କରାଯାଇଛି ବୋଲି ଭୋଇ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri